Posted inଖେଳ

ଆମେ ମାନସିକ ଓ ଶାରୀରିକ ସ୍ତରରେ ଦୃଢ଼ ହୋଇଛୁ: ଅସ୍ତାମ

ଭୁବନେଶ୍ୱର, ୧୧।୧୦ (କ୍ରୀଡ଼ା ପ୍ରତିନିଧି): ”ଆମେ ଶାରୀରିକ ଓ ମାନସିକ ସ୍ତରରେ ଦୃଢ଼ ହୋଇଛୁ। ବଡ଼ ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି କଠିନ ପରିଶ୍ରମ କରିଛୁ। ପ୍ରତିଯୋଗିତାରେ ଭଲ ଆରମ୍ଭ ଆମର ମୁଖ୍ୟ ଲକ୍ଷ୍ୟ। ତେଣୁ ଆମେରିକା ବିପକ୍ଷ ପ୍ରଥମ ଗେମ୍‌ ଉପରେ ଫୋକସ କରୁଛୁ। ଯେ କୌଣସି ଦଳକୁ ଚ୍ୟାଲେଞ୍ଜ ଦେବାକୁ ଆମେ ପ୍ରସ୍ତୁତ“ ବୋଲି ସୋମବାର ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପର ଆମେରିକା ବିପକ୍ଷ ମ୍ୟାଚ ପୂର୍ବ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି ଭାରତୀୟ ଦଳର ଅଧିନାୟିକା ଅସ୍ତାମ ଓରାଅନ। ମଙ୍ଗଳବାର ଭାରତ ଏହାର ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିବ। ପରେ ୧୪ରେ ମରକ୍କୋ ଏବଂ ୧୭ରେ ବ୍ରାଜିଲ ସହିତ ମୁକାବିଲା କରିବ। ଝାଡ଼ଖଣ୍ଡର ଓରାଅନ ଆହୁରି କହିଛନ୍ତି, ଝାଡ଼ଖଣ୍ଡ ସରକାରଙ୍କ ସମର୍ଥନ ଓ ସହଯୋଗ ଯୋଗୁ ସେଠାରେ ମହିଳା ଫୁଟ୍‌ବଲର ବହୁତ ଉନ୍ନତି ହୋଇଛି। ଏଠାରେ ଓଡ଼ିଶା ସରକାର ମଧ୍ୟ କ୍ରୀଡ଼ା ଭିତ୍ତିଭୂମିକୁ ଦୃଢ଼ କରିଛନ୍ତି। ଏଠାରେ ଆମର ଅଭ୍ୟାସ ବହୁତ ଭଲ ରହିଛି। ବହୁସଂଖ୍ୟାରେ ଦର୍ଶକ ଷ୍ଟାଡିୟମକୁ ଆସି ଆମକୁ ଉତ୍ସାହିତ କରନ୍ତୁ। ଏହାଦ୍ୱାରା ଆମର ପ୍ରଦର୍ଶନ ନିଶ୍ଚିତ ଭଲ ହୋଇପାରିବ। ଭାରତୀୟ ଦଳରେ ସାମିଲ ହୋଇଥିବାରୁ ପରିବାର ସଦସ୍ୟ ବହୁତ ଖୁସି ଅଛନ୍ତି। କେବଳ ସେତିକି ନୁହେଁ, ଦଳର ଅଧିନାୟିକା ଭାବେ ମନୋନୀତ ହୋଇଥିବାରୁ ଆମ ଗାଁ ଲୋକମାନେ ଅତ୍ୟନ୍ତ ଆନନ୍ଦିତ। ସେମାନେ ମ୍ୟାଚ ଦେଖିବା ପାଇଁ ବ୍ୟଗ୍ରତାର ସହ ଅପେକ୍ଷା କରିଛନ୍ତି। ଏଠାରେ ଆମେ ମଧ୍ୟ ଆମେରିକା ବିପକ୍ଷ ମ୍ୟାଚ୍‌କୁ ଆଗ୍ରହର ସହ ଅପେକ୍ଷା କରିଛୁ। ପ୍ରଥମ ମ୍ୟାଚ୍‌ରେ ଭଲ କରିପାରିଲେ ଆମକୁ ଆଗକୁ ବଢ଼ିବା ସହଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri