‘ଆମେ ମିଛ କହିବା ସରକାର ନୁହଁ, କାମ କରିବା ସରକାର’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୩: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ। ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।
ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ପ୍ରକୋଷ୍ଠ ଜରିଆରେ ଆମ ସରକାର ସବୁ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି । ବିଶେଷ କରି ଭିନ୍ନକ୍ଷମ, ବରିଷ୍ଠ ଓ ଜରୁରୀ ସେବା ଆବଶ୍ୟକ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ଦୁଃଖ ଓ ସମସ୍ୟାରେ ଜର୍ଜରିତ ବ୍ୟକ୍ତିମାନେ ସେମାନଙ୍କ ସମସ୍ୟା ଓ ଅଭିଯୋଗ ନେଇ ଏଠାକୁ ଆସୁଛନ୍ତି । ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନିଆଯାଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷଙ୍କ ନିକଟକୁ ଏହାର ସମାଧାନ ପାଇଁ ଅଭିଯୋଗପତ୍ର ପ୍ରେରଣ କରାଯାଉଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।
ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୪ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।
ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri