ଆମେ ଅନାସ୍ଥା ସପକ୍ଷରେ ନାହୁଁ: ନିରଞ୍ଜନ

ଭୁବନେଶ୍ୱର,୧୬ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକରଙ୍କ ବିରୋଧରେ କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ର ଏମ୍‌ପିମାନେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଘୋଷଣା କରିଥିଲେ। ଏହାପରେ ବିରୋଧୀ ଏମ୍‌ପିମାନେ ଏନେଇ ଅନାସ୍ଥା ନୋଟିସ ମଧ୍ୟ ଦେଇସାରିଛନ୍ତି। ଏଭଳି ସ୍ଥିତିରେ ଅନାସ୍ଥା ପ୍ରସ୍ତାବକୁ ନେଇ ବିଜେଡିର ଆଭିମୁଖ୍ୟ କ’ଣ ରହିବ ତା’ ଉପରେ ସମସ୍ତଙ୍କ ନଜର ରହିଛି। ଅନେକ ସମୟରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ କେନ୍ଦ୍ର ସରକାରଙ୍କ ବିଲ୍‌ ହେଉ କି ପ୍ରସ୍ତାବ ତାକୁ ବିଜେଡି ସମର୍ଥନ କରିଆସୁଥିବା ନଜିର ରହିଛି। ହେଲେ ଓଡ଼ିଶାରେ ପ୍ରଥମଥର ଲାଗି ବିଜେଡି ଶାସନ କ୍ଷମତାରୁ ଯିବା ସହ ଭାଜପା ସରକାର ଗଢ଼ିବାରେ ସଫଳ ହୋଇଛି। ବିଜେଡି ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ଭୂମିକା ତୁଲାଉଛି। ଗତ ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପରେ ଏହାର ଆଭିମୁଖ୍ୟକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଉଥିବା ବେଳେ ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶି ଏହା ଉପରେ ମତ ରଖିଛନ୍ତି। ସେ କହିଛନ୍ତି, ବିଜେଡି ରାଜ୍ୟ ସଭା ଅଧ୍ୟକ୍ଷଙ୍କ ସପକ୍ଷରେ ଅଛନ୍ତି। ଏ ପର୍ଯ୍ୟନ୍ତ ବିଜେଡି ସଦସ୍ୟମାନେ ଏନେଇ ଦସ୍ତଖତ ମଧ୍ୟ କରିନାହାନ୍ତି। ଅନାସ୍ଥା ପ୍ରସ୍ତାବକୁ ବିରୋଧ କରୁଛୁ। ଦଳର ସୁପ୍ରିମୋ ଆଗରୁ ସୂଚନା ଦେଇଛନ୍ତି, ରାଜ୍ୟ ସଭାରେ ଆମକୁ ନିରପେକ୍ଷ ରହିବାର ଅଛି। ସେଥିଲାଗି ଆମେ ୭ ଜଣ ସଦସ୍ୟ ଏହି କଥାରେ ନିରପେକ୍ଷ ରହିଛୁ ବୋଲି ବିଶି କହିଛନ୍ତି।
ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ କହିଛନ୍ତି, ଅନାସ୍ଥା ପ୍ରସ୍ତାବ ଆଣିବାର ୧୪ ଦିନ ପୂର୍ବରୁ ନୋଟିସ ଦେବା କଥା। ବିରୋଧୀ ନୋଟିସ ଆଣିଥିଲେ ମଧ୍ୟ ଚଳିତ ରାଜ୍ୟ ସଭା ଅଧିବେଶନ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅର୍ଥାତ୍‌ ଚଳିତ ଅଧିବେଶନ ଭିତରେ ବିରୋଧୀ ଅନାସ୍ଥା ଆଣିପାରିବେ ନାହିଁ। ତେଣୁ ଏନେଇ ଏବେଠାରୁ ବିଚାର ହୋଇନାହିଁ। ଦଳ ଏହା ଉପରେ ନିଷ୍ପତ୍ତି ଆଗକୁ ନେବ। ତେଣୁ ଏବେ ଠାରୁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ ବୋଲି ଶୁଭାଶିଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri