ଆମେ ଅନାସ୍ଥା ସପକ୍ଷରେ ନାହୁଁ: ନିରଞ୍ଜନ

ଭୁବନେଶ୍ୱର,୧୬ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକରଙ୍କ ବିରୋଧରେ କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ର ଏମ୍‌ପିମାନେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଘୋଷଣା କରିଥିଲେ। ଏହାପରେ ବିରୋଧୀ ଏମ୍‌ପିମାନେ ଏନେଇ ଅନାସ୍ଥା ନୋଟିସ ମଧ୍ୟ ଦେଇସାରିଛନ୍ତି। ଏଭଳି ସ୍ଥିତିରେ ଅନାସ୍ଥା ପ୍ରସ୍ତାବକୁ ନେଇ ବିଜେଡିର ଆଭିମୁଖ୍ୟ କ’ଣ ରହିବ ତା’ ଉପରେ ସମସ୍ତଙ୍କ ନଜର ରହିଛି। ଅନେକ ସମୟରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ କେନ୍ଦ୍ର ସରକାରଙ୍କ ବିଲ୍‌ ହେଉ କି ପ୍ରସ୍ତାବ ତାକୁ ବିଜେଡି ସମର୍ଥନ କରିଆସୁଥିବା ନଜିର ରହିଛି। ହେଲେ ଓଡ଼ିଶାରେ ପ୍ରଥମଥର ଲାଗି ବିଜେଡି ଶାସନ କ୍ଷମତାରୁ ଯିବା ସହ ଭାଜପା ସରକାର ଗଢ଼ିବାରେ ସଫଳ ହୋଇଛି। ବିଜେଡି ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ଭୂମିକା ତୁଲାଉଛି। ଗତ ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପରେ ଏହାର ଆଭିମୁଖ୍ୟକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଉଥିବା ବେଳେ ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶି ଏହା ଉପରେ ମତ ରଖିଛନ୍ତି। ସେ କହିଛନ୍ତି, ବିଜେଡି ରାଜ୍ୟ ସଭା ଅଧ୍ୟକ୍ଷଙ୍କ ସପକ୍ଷରେ ଅଛନ୍ତି। ଏ ପର୍ଯ୍ୟନ୍ତ ବିଜେଡି ସଦସ୍ୟମାନେ ଏନେଇ ଦସ୍ତଖତ ମଧ୍ୟ କରିନାହାନ୍ତି। ଅନାସ୍ଥା ପ୍ରସ୍ତାବକୁ ବିରୋଧ କରୁଛୁ। ଦଳର ସୁପ୍ରିମୋ ଆଗରୁ ସୂଚନା ଦେଇଛନ୍ତି, ରାଜ୍ୟ ସଭାରେ ଆମକୁ ନିରପେକ୍ଷ ରହିବାର ଅଛି। ସେଥିଲାଗି ଆମେ ୭ ଜଣ ସଦସ୍ୟ ଏହି କଥାରେ ନିରପେକ୍ଷ ରହିଛୁ ବୋଲି ବିଶି କହିଛନ୍ତି।
ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ କହିଛନ୍ତି, ଅନାସ୍ଥା ପ୍ରସ୍ତାବ ଆଣିବାର ୧୪ ଦିନ ପୂର୍ବରୁ ନୋଟିସ ଦେବା କଥା। ବିରୋଧୀ ନୋଟିସ ଆଣିଥିଲେ ମଧ୍ୟ ଚଳିତ ରାଜ୍ୟ ସଭା ଅଧିବେଶନ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅର୍ଥାତ୍‌ ଚଳିତ ଅଧିବେଶନ ଭିତରେ ବିରୋଧୀ ଅନାସ୍ଥା ଆଣିପାରିବେ ନାହିଁ। ତେଣୁ ଏନେଇ ଏବେଠାରୁ ବିଚାର ହୋଇନାହିଁ। ଦଳ ଏହା ଉପରେ ନିଷ୍ପତ୍ତି ଆଗକୁ ନେବ। ତେଣୁ ଏବେ ଠାରୁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ ବୋଲି ଶୁଭାଶିଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?