୩ୟ ପର୍ଯ୍ୟାୟର ୬ ଲୋକ ସଭା ଆସନରେ ଜିତୁଛୁ: ଭାଜପା

ଭୁବନେଶ୍ୱର, ୨୬।୫: ରାଜ୍ୟରେ ବର୍ତମାନ ୩ୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଓଡ଼ିଶାର ସାଧାରଣ ନାଗରିକ ସରକାର ପରିବର୍ତନ କରିବା ପାଇଁ ନିଷ୍ପତି ନେଇଥିବା ଜନମତରୁ ସ୍ପଷ୍ଟ ଜଣାପଡୁଛି। ଜୁନ୍‌ ୧୦ରେ ଭାଜପା ସରକାର ହେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓଡ଼ିଆ ପୁଅ କିମ୍ବା ଝିଅ ହେବେ, ଏଥିରେ କୌଣସି ଦ୍ୱିମତ ନାହିଁ। ନୂତନ ଭୋଟର, ଯୁବପିଢ଼ି ତଥା ମାତୃଶକ୍ତି ଉତ୍ସାହର ସହ ମତଦାନ ସାବ୍ୟସ୍ତ କରିଛନ୍ତି। ଏହା ସ୍ପଷ୍ଟ ହେଉଛି ୩ୟ ପର୍ଯ୍ୟାୟର ୬ଟି ଲୋକ ସଭା ସମ୍ପୂର୍ଣ୍ଣ ରୂପେ ଭାଜପା ଜିତୁଛି। ଲୋକଙ୍କ ଉତ୍ସାହରୁ ସ୍ପଷ୍ଟ ହେଉଛି ଭାଜପା ସରକାର ସୁନିଶ୍ଚିତ। ଏଥିଲାଗି ରାଜ୍ୟବାସୀଙ୍କୁ ବିଶେଷ କରି ୬ ଲୋକ ସଭା ଏବଂ ବିଧାନସଭା ଭୋଟରଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆସନ୍ତା ୧ରେ ହେବାକୁ ଥିବା ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ଭାଜପା ସର୍ବାଧିକ ଆସନ ଲାଭ କରିବ ବୋଲି ଭାଜପା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି।

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି ଯେ, ଗତ ୨ଦିନ ତଳେ ଡିଜି ପୋଲିସ ଓ ଶାସନ ସଚିବଙ୍କୁ ସେ ଏକ ଚିଠି ଲେଖିଥିଲେ କିନ୍ତୁ ଏଯାଏଁ କୌଣସି ଉତ୍ତର ଆସିନାହିଁ। ବିଜେଡି ମୁଖିଆ ‘ଫିଟ୍‌ ଆଣ୍ଡ୍‌ ଫାଇନ’ ଅଛନ୍ତି ବୋଲି ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ସେ କୌଣସି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପ୍ରଶ୍ନ କରି ନ ଥିଲେ। ସେ କହିଥିଲେ ରାଜ୍ୟର ମୁଖ୍ୟମନ୍ତ୍ରୀ ଜଣେ ଅଣଓଡ଼ିଆ ଗୁମାସ୍ତାଙ୍କ କବଳରେ ବନ୍ଧକ ଅଛନ୍ତି। ତାଙ୍କୁ ପୋଲିସ ଓ ମୁଖ୍ୟ ଶାସନ ସଚିବ ମୁକ୍ତ କରନ୍ତୁ। ସେହିପରି ଗଣମାଧ୍ୟମ ପ୍ରତିନିଧି ଏବଂ ଅବସରପ୍ରାପ୍ତ ବିଚାରପତିଙ୍କ ସହ ପୋଲିସ ଡିଜି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଆନ୍ତୁ, ବାର୍ତାଳାପ କରି ରାଜ୍ୟବାସୀଙ୍କୁ ଆଶ୍ୱସ୍ତ କରନ୍ତୁ। ମୁଖ୍ୟମନ୍ତ୍ରୀଙ୍କ ବନ୍ଧକ ରହିବା ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ(ଡିଜି)ଙ୍କ ପଦକ୍ଷେପ ନେଇ ରାଜ୍ୟବାସୀ ଜାଣିବାକୁ ଉକତ୍ଣ୍ଠାର ସହ ଅନେକ ବସିଛନ୍ତି ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri