ନବୀନଙ୍କ ସହ ରହିଛୁ, ଶେଷ ଯାଏ ରହିବୁ

ଭୁବନେଶ୍ୱର,୧୮ା୧୨(ଅନିଲଦାସ):ବିଜେଡି ନେତା ସୁଜିତ କୁମାର ଓ ମମତା ମହାନ୍ତ ଭାଜପାରେ ସାମିଲ ହେବା ପରେ ଦଳର ଆହୁରି କେତେକ ଏମ୍‌ପି ଦଳ ଛାଡ଼ିବା ନେଇ ବିଭିନ୍ନ ସମୟରେ ଭାଜପା ନେତାମାନେ ଗଣମାଧ୍ୟମରେ କହୁଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ମଧ୍ୟ ଚର୍ଚ୍ଚା ହେଉଛି। ତେବେ ଏଭଳି ଆଲୋଚନା ଭିତରେ ବିଜେଡିର ୭ ଜଣ ରାଜ୍ୟ ସଭା ସଦସ୍ୟ ମଙ୍ଗଳବାର ନୂଆଦିଲ୍ଲୀରେ ଖବରଦାତା ସମ୍ମିଳନୀ ଡାକି ଏଭଳି ଖବରକୁ କଡ଼ା ବିରୋଧ କରିଛନ୍ତି। ସେମାନେ କହିଛନ୍ତି, ବିଜେଡି ଓ ନବୀନ ପଟ୍ଟନାୟକଙ୍କ ସହ ଅଛନ୍ତି ଓ ଶେଷ ଯାଏ ରହିବେ। ଦଳ ଛାଡ଼ିବାର ପ୍ରଶ୍ନ ଉଠୁନାହିଁ। କେତେକ ଗଣମାଧ୍ୟମରେ ଅପପ୍ରଚାର ହେଉଛି। ଉଦ୍ଦେଶ୍ୟମୂଳକ ଭାବେ ବିଜେଡି ଏମ୍‌ପିଙ୍କ ଚରିତ୍ର ସଂହାର କରାଯାଉଛି। ଏଭଳି ମନଗଢ଼ା ଖବର ପ୍ରସାରଣ ବନ୍ଦ ନ ହେଲେ ଆଇନର ଆଶ୍ରୟ ନିଆଯିବ ବୋଲି ବିଜେଡି ଏମ୍‌ପିମାନେ ଚେତାଇ ଦେଇଛନ୍ତି।
ବିଜେଡି ରାଜ୍ୟ ସଭା ସଦସ୍ୟ ଅଭିଯୋଗ କରିଛନ୍ତି ଯେ, ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ଭେଟିବା ଘଟଣାକୁ ମିଛ ରାଜନୀତିର ରଙ୍ଗ ଦିଆଯାଉଛି। ମିଳିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସଭା ସଦସ୍ୟ ମାନସ ମଙ୍ଗରାଜ ଅଭିଯୋଗ କରିଛନ୍ତି ଯେ, କିଛି ନିର୍ଦ୍ଦିିଷ୍ଟ ଗଣମାଧ୍ୟମ ବିଜେଡିକୁ ବଦନାମ କରିବାକୁ ଉଦ୍ୟମ କରୁଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ସବୁ ଦଳର ଏମ୍‌ପିମାନେ ଦୈନିକ ଭେଟି ରାଜ୍ୟ ସମସ୍ୟା କଥା କହିଥାନ୍ତି। ବିଜେଡି ଏମ୍‌ପିମାନେ ମଧ୍ୟ ସେହିଭଳି ରାଜ୍ୟର କିଛି ସମସ୍ୟାକୁ ନେଇ ତାଙ୍କ ସହ ଆଲୋଚନା କରିଥିଲେ। କିନ୍ତୁ ଏହାକୁ ଏକ ଭିନ୍ନ ଢଙ୍ଗରେ ଚିତ୍ରଣ କରାଯାଉଛି। ଏଥିରେ ସମ୍ପୃକ୍ତ ଏମପିଙ୍କ ମତାମତ ମଧ୍ୟ ନିଆଯାଉ ନାହିଁ ବୋଲି ସେ ଅଭିଯୋଗ କରିଛନ୍ତି। ସେହିଭଳି ଭୁଲ୍‌ ଖବର ପ୍ରସାରଣ ନ କରିବାକୁ ସାଂସଦ ଦେବାଶିଷ ସାମନ୍ତରାୟ ଓ ମୁନ୍ନା ଖାଁ ଦାବି କରିଛନ୍ତି। ବିଜେଡି ଏକ ଅଛି ଓ ରହିବ। ନବୀନ ପଟ୍ଟନାୟକଙ୍କ ସହ ସବୁ ଏମ୍‌ପି ଅଛନ୍ତି। ଏହାକୁ ନେଇ ଅପପ୍ରଚାର ନ କରିବାକୁ ସେ କହିଛନ୍ତି। ବିଜେଡି ଏମ୍‌ପି ସସ୍ମିତ ପାତ୍ର ଅଭିଯୋଗ କରିଛନ୍ତି ଯେ, କିଛି ନ୍ୟସ୍ତସ୍ବାର୍ଥ ଗୋଷ୍ଠୀ ରାଜନୈତିକ ଉଦ୍ଦେଶ୍ୟ ରଖି ଭୁଲ୍‌ ଖବର ଦେଉଛନ୍ତି। ସେମାନେ ଚାହୁଁଛନ୍ତି ରାଜ୍ୟର ସ୍ବାର୍ଥ କଥା ଦିଲ୍ଲୀରେ ନ ଉଠୁ।
ବିଜେଡି ଏମ୍‌ପିମାନେ କହିଛନ୍ତି, ଗତ ନିର୍ବାଚନରେ ଭାଜପା ସରକାର ଗଠନର ସଂଖ୍ୟା ଗଣତିରେ ଆଗୁଆ ଥିଲେ ବି ସାମଗ୍ରିକ ଭୋଟ ହାରରେ ବିଜେଡି ଆଗୁଆ ରହିଥିଲା। ସେହିପରି ଏବେ ବି ନବୀନଙ୍କ କ୍ରେଜ୍‌ କାହିଁରେ କ’ଣ। ତେଣୁ ଏମ୍‌ପିଙ୍କ ବିରୋଧରେ ମନଗଢ଼ା ଖବର ପ୍ରସାରଣ କରି ବିଜେଡିକୁ ବଦନାମ କରିବାକୁ ଷଡ଼ଯନ୍ତ୍ର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri