Posted inଜାତୀୟ

ଦୁର୍ନୀତି ଯାଞ୍ଚ୍‌ ପ୍ରତିଶ୍ରୁତି ଦେଇ ଭୋଟ ମାଗି କ୍ଷମତାକୁ ଆସିଥିଲୁ: ଗେହଲୋଟଙ୍କୁ ଘେରିଲେ ସଚିନ…

ଜୟପୁର,୨୩।୪ : ରାଜସ୍ଥାନର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତିଶାଳୀ କଂଗ୍ରେସ ନେତା ସଚିନ ପାଇଲଟ ଆଜିକାଲି ନିଜ ସରକାରକୁ ନେଇ ଅସନ୍ତୋଷ ପ୍ରକାଶ କରୁଛନ୍ତି। ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ମଧ୍ୟରେ ରାଜନୈତିକ ତିକ୍ତତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାଜପା ସରକାରରେ ହୋଇଥିବା ଦୁର୍ନୀତି ପ୍ରସଙ୍ଗର ପ୍ରତିଶ୍ରୁତି ଦେଇ ଏହି ଆଧାରରେ ଭୋଟ ମାଗି ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଥିଲା, ତାହା ଏବେ କଂଗ୍ରେସ ପାଇଁ ଏକ ସମସ୍ୟା ପାଲଟିଛି। ଦୁର୍ନୀତି ସମ୍ପର୍କରେ ତଦନ୍ତ ଦାବି କରି ସଚିନ ପାଇଲଟ ଗତ କିଛି ମାସ ଧରି ଅଶୋକ ଗେହଲୋଟଙ୍କୁ କଡ଼ା ସମାଲୋଚନା ଜାରି ରଖିଛନ୍ତି। ରବିବାର ସଚିନ ପାଇଲଟ ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ସମାନ କଥା ପୁନରାବୃତ୍ତି କରିଛନ୍ତି।

ଗଣମାଧ୍ୟମକୁ ସୂଚନା ଦେଇ ପାଇଲଟ କହିଛନ୍ତି, ଯେତେବେଳେ ଆମେ କ୍ଷମତାକୁ ଆସିଲୁ ସେତେବେଳେ କହିଥିଲୁ ବସୁନ୍ଧରା ରାଜେ ସରକାରରେ ଘଟିଥିବା ଦୁର୍ନୀତିକୁ ଆମେ ସାମ୍ନାକୁ ଆଣିବୁ ଏବଂ ସେଥିପାଇଁ ଲୋକମାନେ ଆମକୁ ଭୋଟ ଦେଇଥିଲେ। ବର୍ତ୍ତମାନ ଆସନ୍ତାିଧାନସଭା ନିର୍ବାଚନ ପଇଁ ବହୁତ କମ ସମୟ ବାକି ଅଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଯଦି ଆମେ ଦୁର୍ନୀତି ଉପରେ କାର୍ଯ୍ୟ କରୁନାହୁଁ, ତେବେ ଏହା ଭୁଲ ହେବ।

ଏହି ପ୍ରସଙ୍ଗରେ ସଚିନ ପାଇଲଟ ଜୟପୁରରେ ଗୋଟିଏ ଦିନ ଧାରଣାରେ ବସିଥିଲେ। ଏହା ପରେ ଦଳର ବହୁ ନେତା ଓ ବିଧାୟକ ସଚିନ ପାଇଲଟଙ୍କ ସମର୍ଥନରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଦଳ କଂଗ୍ରେସର ଦୁଇ ଶକ୍ତିଶାଳୀ ନେତାଙ୍କ ମଧ୍ୟରେ ହୋଇଥିବା ଏହି ଆଭ୍ୟନ୍ତରୀଣ ମତଭେଦ ଏବଂ ରାଜନୈତିକ ବିବାଦର ସମାଧାନ ପାଇଁ ହାଇକମାଣ୍ଡ ଯଥାସମ୍ଭବ ଉଦ୍ୟମ କରୁଛନ୍ତି। ତେବେ ମଧ୍ୟ ସ୍ଥିତି ପୂର୍ବପରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri