Posted inଜାତୀୟ

ଦୁର୍ନୀତି ଯାଞ୍ଚ୍‌ ପ୍ରତିଶ୍ରୁତି ଦେଇ ଭୋଟ ମାଗି କ୍ଷମତାକୁ ଆସିଥିଲୁ: ଗେହଲୋଟଙ୍କୁ ଘେରିଲେ ସଚିନ…

ଜୟପୁର,୨୩।୪ : ରାଜସ୍ଥାନର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତିଶାଳୀ କଂଗ୍ରେସ ନେତା ସଚିନ ପାଇଲଟ ଆଜିକାଲି ନିଜ ସରକାରକୁ ନେଇ ଅସନ୍ତୋଷ ପ୍ରକାଶ କରୁଛନ୍ତି। ସଚିନ ପାଇଲଟ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ମଧ୍ୟରେ ରାଜନୈତିକ ତିକ୍ତତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାଜପା ସରକାରରେ ହୋଇଥିବା ଦୁର୍ନୀତି ପ୍ରସଙ୍ଗର ପ୍ରତିଶ୍ରୁତି ଦେଇ ଏହି ଆଧାରରେ ଭୋଟ ମାଗି ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଥିଲା, ତାହା ଏବେ କଂଗ୍ରେସ ପାଇଁ ଏକ ସମସ୍ୟା ପାଲଟିଛି। ଦୁର୍ନୀତି ସମ୍ପର୍କରେ ତଦନ୍ତ ଦାବି କରି ସଚିନ ପାଇଲଟ ଗତ କିଛି ମାସ ଧରି ଅଶୋକ ଗେହଲୋଟଙ୍କୁ କଡ଼ା ସମାଲୋଚନା ଜାରି ରଖିଛନ୍ତି। ରବିବାର ସଚିନ ପାଇଲଟ ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ସମାନ କଥା ପୁନରାବୃତ୍ତି କରିଛନ୍ତି।

ଗଣମାଧ୍ୟମକୁ ସୂଚନା ଦେଇ ପାଇଲଟ କହିଛନ୍ତି, ଯେତେବେଳେ ଆମେ କ୍ଷମତାକୁ ଆସିଲୁ ସେତେବେଳେ କହିଥିଲୁ ବସୁନ୍ଧରା ରାଜେ ସରକାରରେ ଘଟିଥିବା ଦୁର୍ନୀତିକୁ ଆମେ ସାମ୍ନାକୁ ଆଣିବୁ ଏବଂ ସେଥିପାଇଁ ଲୋକମାନେ ଆମକୁ ଭୋଟ ଦେଇଥିଲେ। ବର୍ତ୍ତମାନ ଆସନ୍ତାିଧାନସଭା ନିର୍ବାଚନ ପଇଁ ବହୁତ କମ ସମୟ ବାକି ଅଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଯଦି ଆମେ ଦୁର୍ନୀତି ଉପରେ କାର୍ଯ୍ୟ କରୁନାହୁଁ, ତେବେ ଏହା ଭୁଲ ହେବ।

ଏହି ପ୍ରସଙ୍ଗରେ ସଚିନ ପାଇଲଟ ଜୟପୁରରେ ଗୋଟିଏ ଦିନ ଧାରଣାରେ ବସିଥିଲେ। ଏହା ପରେ ଦଳର ବହୁ ନେତା ଓ ବିଧାୟକ ସଚିନ ପାଇଲଟଙ୍କ ସମର୍ଥନରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଦଳ କଂଗ୍ରେସର ଦୁଇ ଶକ୍ତିଶାଳୀ ନେତାଙ୍କ ମଧ୍ୟରେ ହୋଇଥିବା ଏହି ଆଭ୍ୟନ୍ତରୀଣ ମତଭେଦ ଏବଂ ରାଜନୈତିକ ବିବାଦର ସମାଧାନ ପାଇଁ ହାଇକମାଣ୍ଡ ଯଥାସମ୍ଭବ ଉଦ୍ୟମ କରୁଛନ୍ତି। ତେବେ ମଧ୍ୟ ସ୍ଥିତି ପୂର୍ବପରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri