Posted inଜାତୀୟ

ଭାରତରେ ରହୁଥିବା ପ୍ରତ୍ୟେକ ବ୍ୟକ୍ତି ଜନ୍ମରୁ ହିନ୍ଦୁ: ଆରଏସ୍‌ଏସ୍‌ ସାଧାରଣ ସମ୍ପାଦକ

ଜୟପୁର,୨।୨: ଆଜିକାଲି ରାଜସ୍ଥାନର ଜୟପୁରରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନର (ଆରଏସ୍‌ଏସ୍‌) କାର୍ଯ୍ୟକ୍ରମ ଚାଲିଛି। ସଂଗଠନର ଅନେକ ଅଧିକାରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମରେ ଆରଏସ୍‌ଏସ୍‌ ସାଧାରଣ ସମ୍ପାଦକ ଦତ୍ତାତ୍ରେୟ ହୋସବାଲେ କହିଛନ୍ତି, ଯେଉଁମାନେ ବାଧ୍ୟତାମୂଳକ ଭାବେ ଭାରତରେ ଗୋମାଂସ ଖାଉଛନ୍ତି ସେମାନେ ମଧ୍ୟ ଘରକୁ ଫେରିପାରିବେ, କାରଣ ଭାରତରେ ରହୁଥିବା ପ୍ରତ୍ୟେକ ବ୍ୟକ୍ତି ଜନ୍ମରୁ ହିନ୍ଦୁ ଅଟନ୍ତି।
ହୋସବାଲେ କହିଛନ୍ତି, ଦେଶରେ କିଛି ଲୋକ ଏମିତି ଅଛନ୍ତି, ଯେଉଁମାନେ ବାଧ୍ୟତାଭୂଳକ ଭାବେ ଗୋମାଂସ ଖାଇଥିବେ। କିନ୍ତୁ ସେମାନଙ୍କ ପାଇଁ ଆମେ କବାଟ ବନ୍ଦ କରିପାରିବୁ ନାହିଁ। ସେମାନଙ୍କୁ ହିନ୍ଦୁ ଧର୍ମକୁ ଫେରାଇ ଆଣିପାରିବୁ। ଭାରତରେ ବାସ କରୁଥିବା ସମସ୍ତ ନାଗରିକ ହିନ୍ଦୁ ଅଟନ୍ତି, କାରଣ ସେମାନଙ୍କର ପୂର୍ବପୁରୁଷମାନେ ହିନ୍ଦୁ ଥିଲେ। ସେମାନଙ୍କର ପୂଜା ପଦ୍ଧତି ଭିନ୍ନ ହୋଇପାରେ, କିନ୍ତୁ ସମସ୍ତଙ୍କର ସମାନ ଡିଏନଏ ଅଛି। ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ଆରଏସଏସ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି।
ଏହି କାର୍ଯ୍ୟକ୍ରମରେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ, ଭାରତୀୟ ଜନତା ପାର୍ଟିର ପୂର୍ବତନ ରାଜ୍ୟ ସଭାପତି ଡା. ମହେଶ ଚନ୍ଦ୍ର ଶର୍ମା, ଅଶୋକ ପରନାମୀ ଏବଂ ବିରୋଧୀ ଦଳର ନେତା ଗୁଲାବଚନ୍ଦ କାଟରିଆ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri