Posted inଜାତୀୟ

କୃଷକଙ୍କୁ ଭେଟିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ କହିପାରିବୁ ନାହିଁ

ନୂଆଦିଲ୍ଲୀ,୧୩ା୧(ଆଇଏଏନ୍‌ଏସ୍‌): କୃଷକମାନଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଜଣେ ଆଇନଜୀବୀଙ୍କ ଯୁକ୍ତିକୁ ମଙ୍ଗଳବାର ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିବାଦୀୟ କୃଷି ଆଇନ ସମ୍ପର୍କରେ ଆଲୋଚନା ପାଇଁ ଆନ୍ଦୋଳନରତ କୃଷକମାନଙ୍କ ପାଖକୁ ଯାଇନାହାନ୍ତି ବୋଲି ଓକିଲ ଏମ୍‌.ଏଲ୍‌. ଶର୍ମା ଖଣ୍ଡପୀଠଙ୍କୁ ଅବଗତ କରାଇଥିଲେ। ସେ କହିଥିଲେ, କୃଷକମାନେ ତାଙ୍କୁ ମଙ୍ଗଳବାର ସକାଳେ ଜଣାଇଛନ୍ତି ଯେ, କୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟି ନିକଟରେ ସେମାନେ ଉକ୍ତ ଆଇନ ବିରୋଧରେ ଅଭିଯୋଗ କରିବା ପାଇଁ ହାଜର ହେବେ ନାହିଁ।

ଏହି ଆଇନକୁ ପ୍ରତ୍ୟାହାର କରାଯାଉ ବୋଲି ସେମାନେ ଚାହାନ୍ତି। କାରଣ ଅନେକ ବ୍ୟକ୍ତି ଆଲୋଚନା ପାଇଁ ଆସିଛନ୍ତି। ହେଲେ ପ୍ରଧାନମନ୍ତ୍ରୀ ଆସିନାହାନ୍ତି। ଏହି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମକୋର୍ଟଙ୍କୁ କହିଥିଲେ, କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କୃଷକମାନଙ୍କୁ ଭେଟିସାରିଛନ୍ତି। ଏହାର ଜବାବରେ ଶର୍ମା କହିଥିଲେ, କୃଷିମନ୍ତ୍ରୀଙ୍କ ନିଷ୍ପତ୍ତି ନେବା କ୍ଷମତା ନାହିଁ। ପ୍ରଧାନମନ୍ତ୍ରୀ ହିଁ ସବୁ ନିଷ୍ପତ୍ତି ନେଇଥାନ୍ତି। ଶର୍ମାଙ୍କ ଏପରି ଯୁକ୍ତିକୁ ନେଇ ପ୍ରଧାନ ବିଚାରପତି ଏସ୍‌. ଏ. ବୋବ୍‌ଡେ କହିଥିଲେ, କୃଷକମାନେ ଚାହିଁଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିକ୍ଷୋଭ କରିପାରନ୍ତି। ତେବେ କୃଷକମାନଙ୍କୁ ଭେଟିବାକୁ ଯିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଆମେ ନିର୍ଦ୍ଦେଶ ଦେଇପାରିବୁ ନାହିଁ।

୫୦ ଚାଷୀଙ୍କ ଜୀବନ ଗଲାଣି
କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ଟିକ୍ରି ସୀମାଠାରେ ଆନ୍ଦୋଳନରତ ଜଣେ ଚାଷୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତକ ମୁକ୍ତାସରର ଅବତାର ସିଂ ବୋଲି ଜଣାପଡିଛି। ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ଗତ ରବିବାର ଆଉ ଜଣେ କୃଷକଙ୍କ ଲୁଧିଆନାର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଏବେ ସୁଦ୍ଧା ୫୦ରୁ ଊର୍ଦ୍ଧ୍ୱ ଆନ୍ଦୋଳନକାରୀ ଚାଷୀଙ୍କ ମୃତ୍ୟୁ ଘଟିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri