୧୧ ଦୋଷୀଙ୍କୁ ଛାଡ଼ିବାକୁ କହି ନ ଥିଲୁ

ନୂଆଦିଲ୍ଲୀ,୨୬ା୮:ବହୁଚର୍ଚ୍ଚିତ ବିଲ୍‌କିସ୍‌ ବାନୋ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଜଣଙ୍କ ଦଣ୍ଡ ଛାଡ଼ କରି ଗୁଜରାଟ ସରକାର ଅଗଷ୍ଟ ୧୫ରେ ସେମାନଙ୍କୁ ଜେଲରୁ ମୁକ୍ତ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ରେମିଶନ ପଲିସି (ଉତ୍ତମ ବ୍ୟବହାର ପାଇଁ ଦଣ୍ଡ ଛାଡ଼ ନୀତି) ବଳରେ ବଳାତ୍କାରୀ ଓ ହତ୍ୟାକାରୀଙ୍କୁ ଛାଡ଼ି ଦିଆଯିବାକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏହି ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିବାବେଳେ ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଖଣ୍ଡପୀଠ ଗୁରୁବାର ଏହା ଉପରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ନୋଟିସ କରି ଜବାବ ମାଗିଛନ୍ତି। ଖଣ୍ଡପୀଠ କହିଛନ୍ତି, ପ୍ରଶ୍ନ ହେଉଛି ଗୁଜରାଟ ସରକାରଙ୍କ ଶାସନରେ ଦୋଷୀମାନେ ଦଣ୍ଡରୁ ଛାଡ଼ ପାଇବା ପାଇଁ ହକ୍‌ଦାର କି ନୁହନ୍ତି? ରେମିଶନ୍‌ ପାଇଁ ଅନୁମତି ଦେବାବେଳେ ଉପଯୁକ୍ତ ବୁଦ୍ଧିର ପ୍ରୟୋଗ କରାଯାଇଥିଲା କି ନାହିଁ ତାହା ଆମକୁ ଦେଖିବାକୁ ପଡ଼ିବ। କାରଣ ଗୁଜରାଟ ସରକାରଙ୍କୁ ରେମିଶନ ପଲିସି ଉପରେ କେବଳ ଅନୁଧ୍ୟାନ କରିବା ପାଇଁ କୁହାଯାଇଥିଲା। ଦୋଷୀମାନଙ୍କୁ ଜେଲରୁ ଖଲାସ କରିବାକୁ ଆମେ ନିର୍ଦ୍ଦେଶ ଦେଇ ନ ଥିଲୁ।
୨୦୦୨ ଫେବୃୟାରୀ ୨୭ରେ ଗୁଜରାଟର ଗୋଧ୍ରାରେ ଦୁର୍ବୃତ୍ତମାନେ ସାବରମତି ଏକ୍ସପ୍ରେସ୍‌ରେ ନିଅଁା ଲଗାଇଦେବାରୁ ୫୯ କାରସେବକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ଗୋଧ୍ରାରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାର ନିଅଁା ସାରା ରାଜ୍ୟକୁ ବ୍ୟାପିଥିଲା। ସେତେବେଳେ ୫ ମାସର ଗର୍ଭବତୀ ଥିବା ୨୧ ବର୍ଷୀୟା ବିଲ୍‌କିସ୍‌ ୟାକୁବ୍‌ ରସୁଲଙ୍କ ପରିବାରର ୭ ସଦସ୍ୟଙ୍କ ସମେତ ୧୭ ଜଣ ମାର୍ଚ୍ଚ ୩ରେ ଏକ ଟ୍ରକ୍‌ରେ ସୁରକ୍ଷିତ ସ୍ଥାନକୁ ଯାଉଥିବାବେଳେ ଦଙ୍ଗାକାରୀମାନେ ଆକ୍ରମଣ କରିଥିଲେ। ସେମାନେ ବିଲ୍‌କିସ୍‌ଙ୍କୁ ବଳାତ୍କାର କରିବା ସହ ୧୪ ଜଣଙ୍କୁ ହତ୍ୟା କରିଥିଲେ। ୨୦୦୪ ଜାନୁୟାରୀରେ ସିବିଆଇ ଏହି ମାମଲାର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତେବେ ଗତ ଅଗଷ୍ଟ ୧୫ରେ ସ୍ବାଧୀନତାର ୭୫ତମ ବର୍ଷପୂର୍ତ୍ତି ଅବସରରେ ରାଜ୍ୟ ସରକାର ଦୋଷୀ ସାବ୍ୟସ୍ତ ହୋଇଥିବା ଯଶଓ୍ବନ୍ତ ନାଇ, ଗୋବିନ୍ଦ ନାଇ, ଶୈଳେଶ ଭଟ୍ଟ, ରାଧେଶ୍ୟାମ ଭଗବାନ ଦାଶ ଶାହା, ବିପିନ ଚନ୍ଦ୍ର ଜୋଷୀ, କେଶରଭାଇ ବୋହାନିଆ, ପ୍ରଦୀପ ମୋଢ଼ଡ଼ିଆ, ବାକାଭାଇ ବୋହନିଆ, ରାଜୁଭାଇ ସୋନି, ମିତେଶ ଭଟ୍ଟ ଓ ରମେଶ ଚାନ୍ଦନାଙ୍କୁ ଗୋଧ୍ରା ସବ୍‌ଜେଲରୁ ମୁକ୍ତ କରିଥିଲେ। ସିପିଆଇଏମ୍‌ ସଦସ୍ୟା ଶୁଭାଶିନୀ ଅଲୀ, ସାମ୍ବାଦିକା ରେବତୀ ଲାଉଲ୍‌ ଏବଂ ପ୍ରଫେସର ରୂପରେଖା ବର୍ମାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କପିଲ ସିବଲ ଓ ଓକିଲ ଅପର୍ଣ୍ଣା ଭଟ୍ଟ ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିଥିଲେ। ଶୁକ୍ରବାର ଅବସର ନେବାକୁ ଥିବା ସିଜେଆଇ ରମନା କହିଛନ୍ତି, ଦୋଷୀମାନେ ଯେଉଁ ଅପରାଧ କରିଥିଲେ ସେଥିପାଇଁ ସେମାନଙ୍କୁ କୋର୍ଟ ଦଣ୍ଡିତ କରିଛନ୍ତି। କିନ୍ତୁ ଗୁଜରାଟ ସରକାରଙ୍କ ଯୁକ୍ତିରୁ ବୁଝାପଡ଼ୁଛି, ସତେଯେମିତି ସେମାନଙ୍କୁ ମୁକ୍ତ କରିବା ପାଇଁ ଆମେ ନିର୍ଦ୍ଦେଶ ଦେଇଥିଲୁ। ଦୁଇ ସପ୍ତାହ ପରେ ଏହାର ପରବର୍ତ୍ତୀ ଶୁଣାଣି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?