ଭାରତ ଦ୍ୱାରା ନିଯୁକ୍ତ ପ୍ରଧାନମନ୍ତ୍ରୀ ଆମର ଆବଶ୍ୟକ ନାହିଁ: ନେପାଳ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ ନେଇ ବିବାଦ…

କାଠମାଣ୍ଡୁ,୬।୭ : ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ଭାରତ ବିରୋଧରେ ଏକ ମନ୍ତବ୍ୟ ଦେଇଛନ୍ତି। ଯାହା ପରେ ବିରୋଧୀମାନେ ତାଙ୍କୁ ଘେରିବା ଆରମ୍ଭ କରିଛନ୍ତି। ବିରୋଧୀ ତାଙ୍କ ଇସ୍ତଫା ଦାବି କରୁଛନ୍ତି।
ନେପାଳର ପ୍ରଧାନମନ୍ତ୍ରୀ ନିକଟରେ କହିଥିଲେ ନେପାଳରେ ଅବସ୍ଥାପିତ ଜଣେ ଭାରତୀୟ ବ୍ୟବସାୟୀ ତାଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ନିଯୁକ୍ତ କରିବା ପାଇଁ ଭାରତ ସହ କଥା ହୋଇଛନ୍ତି। ଏହା ପରେ ବିରୋଧୀ ତାଙ୍କ ଉପରେ ପ୍ରଶ୍ନ ଉଠାଇଥିଲେ। ଏଥି ସହ ବିରୋଧୀ କହିଛନ୍ତି ନୂଆଦିଲ୍ଲୀ ଦ୍ୱାରା ନିଯୁକ୍ତ ପ୍ରଧାନମନ୍ତ୍ରୀ ଆମର ଆବଶ୍ୟକ ନାହିଁ। ସେଭଳି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ ଜାରି ରଖିବାର କୌଣସି ଅଧିକାର ନାହିଁ।

ସୋମବାର ସର୍ଦ୍ଦାର ପ୍ରୀତମ ସିଂଙ୍କ ଜୀବନ ଉପରେ ପୁସ୍ତକ ଉନ୍ମୋଚନ ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିବା ବେଳେ ପ୍ରଧାନମନ୍ତ୍ରୀ ଏହି ମନ୍ତବ୍ୟ ଦେଇଥିଲେ।

ପ୍ରଧାନମନ୍ତ୍ରୀ କହିଥିଲେ ସେ ଅନେକ ଥର ଦିଲ୍ଲୀ ଗସ୍ତ କରିବା ସହିତ କାଠମାଣ୍ଡୁରେ ରାଜନୈତିକ ନେତାଙ୍କ ସହ ଅନେକ ଥର ଆଲୋଚନା କରିଥିଲେ।

ନେପାଳ-ଭାରତ ସମ୍ପର୍କକୁ ସୁଦୃଢ଼ କରିବାରେ ପ୍ରୀତମ ସିଂ ଏକ ବିଶେଷ ଏବଂ ଐତିହାସିକ ଭୂମିକା ଗ୍ରହଣ କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଏହି ମନ୍ତବ୍ୟ ଯୋଗୁ ନେପାଳରେ ରାଜନେହତିକ ଝଡ ସୃଷ୍ଟି ହୋଇଛି ଏବଂ ବିଭିନ୍ନ ମହଲରୁ ଏହାକୁ ସମାଲୋଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri