Posted inଜାତୀୟ

ସନାତନ ବିରୋଧି ମନ୍ତବ୍ୟକୁ ଆମେ ସମର୍ଥନ କରୁନୁ, ଇଣ୍ଡିଆ ମେଣ୍ଟର ସ୍ବାର୍ଥ ପାଇଁ ଏଭଳି ମନ୍ତବ୍ୟରୁ ଦୂରେଇ ରହବା ଜରୁରୀ…

ମୁମ୍ବାଇ,୭।୯ : ତାମିଲନାଡୁର ସିଏମ ଏମ.କେ ଷ୍ଟାଲିନଙ୍କ ସନାତନ ଧର୍ମକୁ ସମାପ୍ତ କରିବା ବିବୃତ୍ତି ଉପରେ ବିବାଦ ଜାରି ରହିଛି। ବର୍ତ୍ତମାନ ଉଦୟ ବାଲା ସାହେବ ଠାକରେ ଏବଂ ଇଣ୍ଡିଆ ଆଲାଇନ୍ସର ଶିବସେନା ପକ୍ଷରୁ ମଧ୍ୟ ଏହାକୁ ସମାଲୋଚନା କରାଯାଇଛି। ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଉଦୟାନିଧି ଏହି ଦେଶରେ ରହୁଥିବା ୯୦ କୋଟିରୁ ଅଧିକ ଲୋକଙ୍କ ଭାବନାକୁ କିପରି ଆଘାତ ଦେଇ ପାରିବେ?

ସଞ୍ଜୟ ରାଉତ କହିଛନ୍ତି, ’ଉଦୟାନିଧି ଷ୍ଟାଲିନ ଜଣେ ମନ୍ତ୍ରୀ ଏବଂ ତାଙ୍କ ବିବୃତ୍ତିକୁ କେହି ସମର୍ଥନ କରିବେ ନାହିଁ। ଆମେ ଏହାକୁ ସମର୍ଥନ କରୁନୁ। ସେ ଏପରି ବିବୃତ୍ତିରୁ ଦୂରେଇ ରହିବା ଉଚିତ। ଏହା ଡିଏମକେର ମତ ହୋଇପାରେ। ଏହି ଦେଶରେ ୯୦କୋଟି ହିନ୍ଦୁ ଏବଂ ବିଭିନ୍ନ ଧର୍ମର ଲୋକ ବାସ କରନ୍ତି। ଏହାକୂ ନେଇ ସମଗ୍ର ଦେଶର ପରିବେଶ ଖରାପ ହୋଇଯାଇଛି। ଏମକେ ଷ୍ଟାଲିନ ଜଣେ ସମ୍ମାନିତ ନେତା। ଯଦି ତାଙ୍କର ପରାମର୍ଶଦାତା ଟିକେ ସତର୍କତାର ସହିତ ଏକ ବିବୃତ୍ତି ଦିଅନ୍ତି, ତେବେ ମିଳିତ ଇଣ୍ଡିଆ ମେଣ୍ଟରେ କୌଣସି ପ୍ରତିବନ୍ଧକ ରହିବ ନାହିଁ।

ଅଲ ଇଣ୍ଡିଆ ଆନ୍ନା ଦ୍ରାବିଡା ମୁନ୍ନେଟ୍ରା କାଜଗାମ (ଏଆଇଏଡିଏମକେ) ମହାସଚିବ ଇ.କେ ପାଲାନିସ୍ବାମୀ ଉଦୟାନିଧିଙ୍କ ବିବୃତ୍ତିକୁ ଏକ ସୁଚିନ୍ତିତ ବିବୃତ୍ତି ଭାବରେ ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି ସେ କେବଳ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଏହା କରିଛନ୍ତି।

ରାଷ୍ଟ୍ରପତି ନିର୍ବାଚନରେ ବଞ୍ଚିତ ଶ୍ରେଣୀର ପ୍ରତିନିଧିତ୍ୱ କରୁଥିବା ରାମନାଥ କୋବିନ୍ଦ ଏବଂ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ଭୋଟ ଦେଇଥିବା ଡିଏମକେ ସାମାଜିକ ନ୍ୟାୟ ବିଷୟରେ କହୁଛନ୍ତି। ଏବେ ସେ ସନାତନ ଧର୍ମ ବିରୋଧରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri