Posted inଖେଳ

ଭାରତରେ ଟି-୨୦ ବିଶ୍ୱକପ୍‌ ଆୟୋଜନ ହେବା ନେଇ ଆଶଙ୍କା: ଆଇସିସି କହିଲା ଏମିତି

ନୂଆଦିଲ୍ଲୀ,୮।୪: ଭାରତରେ, ଟି-୨୦ ବିଶ୍ୱକପ ୨୦୨୧ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଅନୁଷ୍ଠିତ ହେବ। କିନ୍ତୁ ଏହାପୂର୍ବରୁ ମଧ୍ୟ ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଟି -୨୦ ବିଶ୍ୱକପ ଆୟୋଜନରେ ଅସୁବିଧା ହେବାର ସମ୍ଭାବନା ରହିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହା ଉପରେ ସ୍ପଷ୍ଟ କରିଛି। ଆଇସିସି ମଧ୍ୟବର୍ତ୍ତୀକାଳୀନ ସିଇଓ ଜିଓ ଆଲାର୍ଡିସ କହିଛନ୍ତି ଯେ ଚଳିତ ବର୍ଷ ଶେଷରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ବିଶ୍ୱକପ ପାଇଁ ତାଙ୍କର ବ୍ୟାକଅପ ଯୋଜନା ରହିଛି। କିନ୍ତୁ ଏହା ଠିକ ସମୟରେ କାର୍ଯ୍ୟକାରୀ ହେବ। ବର୍ତ୍ତମାନ ସମୟରେ ଆମେ ଏହା ଉପରେ କାମ ଆରମ୍ଭ କରିନାହୁଁ କାରଣ କାର୍ଯ୍ୟସୂଚୀ ଅନୁଯାୟୀ ଭାରତରେ ବିଶ୍ୱକପ ଆୟୋଜନ କରିବାକୁ ପ୍ରସ୍ତୁତ ହେଉଛୁ।

ଆଲାର୍ଡିସ ଆହୁରି ମଧ୍ୟ କହିଛନ୍ତି ଯେ ଟି -୨୦ ବିଶ୍ୱକପ ପାଇଁ ଏହାର ବିକଳ୍ପ ଯୋଜନା କାର୍ଯ୍ୟକାରୀ କରିବାକୁ ଆଇସିସି ପାଖରେ ସମୟ ଅଛି। ଏହି ସମୟରେ, ତାଙ୍କର ସମ୍ପୂର୍ଣ୍ଣ ଧ୍ୟାନ ୧୮ ଜୁନ୍‌ରେ ଇଂଲଣ୍ଡର ସାଉଥମ୍ପଟନ୍‌ରେ ଅନୁଷ୍ଠିତ ଭାରତ-ନ୍ୟୁଜିଲ୍ୟାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ର ଫାଇନାଲ ଉପରେ ରହିଛି।ସେ କହିଛନ୍ତି ଯେ ଆମର ୟୁଏଇ ବ୍ୟାକଅପ ଭାବରେ ଅଛି, ଯେଉଁଠାରେ ଗତ ବର୍ଷ ଆଇପିଏଲ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri