Posted inଖେଳ

ଭାରତରେ ଟି-୨୦ ବିଶ୍ୱକପ୍‌ ଆୟୋଜନ ହେବା ନେଇ ଆଶଙ୍କା: ଆଇସିସି କହିଲା ଏମିତି

ନୂଆଦିଲ୍ଲୀ,୮।୪: ଭାରତରେ, ଟି-୨୦ ବିଶ୍ୱକପ ୨୦୨୧ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଅନୁଷ୍ଠିତ ହେବ। କିନ୍ତୁ ଏହାପୂର୍ବରୁ ମଧ୍ୟ ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଟି -୨୦ ବିଶ୍ୱକପ ଆୟୋଜନରେ ଅସୁବିଧା ହେବାର ସମ୍ଭାବନା ରହିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହା ଉପରେ ସ୍ପଷ୍ଟ କରିଛି। ଆଇସିସି ମଧ୍ୟବର୍ତ୍ତୀକାଳୀନ ସିଇଓ ଜିଓ ଆଲାର୍ଡିସ କହିଛନ୍ତି ଯେ ଚଳିତ ବର୍ଷ ଶେଷରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ବିଶ୍ୱକପ ପାଇଁ ତାଙ୍କର ବ୍ୟାକଅପ ଯୋଜନା ରହିଛି। କିନ୍ତୁ ଏହା ଠିକ ସମୟରେ କାର୍ଯ୍ୟକାରୀ ହେବ। ବର୍ତ୍ତମାନ ସମୟରେ ଆମେ ଏହା ଉପରେ କାମ ଆରମ୍ଭ କରିନାହୁଁ କାରଣ କାର୍ଯ୍ୟସୂଚୀ ଅନୁଯାୟୀ ଭାରତରେ ବିଶ୍ୱକପ ଆୟୋଜନ କରିବାକୁ ପ୍ରସ୍ତୁତ ହେଉଛୁ।

ଆଲାର୍ଡିସ ଆହୁରି ମଧ୍ୟ କହିଛନ୍ତି ଯେ ଟି -୨୦ ବିଶ୍ୱକପ ପାଇଁ ଏହାର ବିକଳ୍ପ ଯୋଜନା କାର୍ଯ୍ୟକାରୀ କରିବାକୁ ଆଇସିସି ପାଖରେ ସମୟ ଅଛି। ଏହି ସମୟରେ, ତାଙ୍କର ସମ୍ପୂର୍ଣ୍ଣ ଧ୍ୟାନ ୧୮ ଜୁନ୍‌ରେ ଇଂଲଣ୍ଡର ସାଉଥମ୍ପଟନ୍‌ରେ ଅନୁଷ୍ଠିତ ଭାରତ-ନ୍ୟୁଜିଲ୍ୟାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ର ଫାଇନାଲ ଉପରେ ରହିଛି।ସେ କହିଛନ୍ତି ଯେ ଆମର ୟୁଏଇ ବ୍ୟାକଅପ ଭାବରେ ଅଛି, ଯେଉଁଠାରେ ଗତ ବର୍ଷ ଆଇପିଏଲ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?