ରାସ୍ତାକାମ ଅଧାପନ୍ତରିଆ କରି ଠିକାଦାର ଛୁ

ଗଣିଆ,୩ା୧୧(ସନ୍ତୋଷ କୁମାର ପ୍ରଧାନ): ଗଣିଆ-କୁତୁରୀ ପୂର୍ତ୍ତ ବିଭାଗ ରାସ୍ତାକୁ ଅକ୍ତିଆର କରିଛି ଗ୍ରାମ୍ୟ ଉନ୍ନୟନ ବିଭାଗ। ଏହି ରାସ୍ତାର ଗଣିଆଠାରୁ ବଡ଼ମୂଳ ପର୍ଯ୍ୟନ୍ତ ନବୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି) ହାତକୁ ନେଇଛି। ଗତ ୫ବର୍ଷ ତଳେ ପ୍ରଥମ ପର୍ଯ୍ୟାୟରେ ଗଣିଆ ବଜାରଠାରୁ କଳାପାଟ ଠାକୁରାଣୀ ପୀଠ ୧୦କିମି ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ହୋଇଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଉକ୍ତ ରାସ୍ତାର ଅନେକ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଲାଣି। ଅନ୍ୟପକ୍ଷେ ୨ୟ ପର୍ଯ୍ୟାୟରେ ୨୦୨୨ରେ କଳାପାଟ ଠାକୁରାଣୀ ପୀଠଠାରୁ ବଡମୂଳ ୧୪ କିମିର ରାସ୍ତା ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ୫କୋଟି ୨୫ଲକ୍ଷ ୨୧ହଜାର ଟଙ୍କା ମଞ୍ଜୁର ହୋଇଥିଲା। ୧୪କିମି. ରାସ୍ତା ମଧ୍ୟରୁ ୩.୫କିମି. କଂକ୍ରିଟ ଓ ୧୦.୫କିମି. ପିଚୁ ରାସ୍ତା ନିର୍ମାଣ ପାଇଁ ଅଟକଳ ରହିଛି। ଏହି ରାସ୍ତା ନିର୍ମାଣ କାର୍ଯ୍ୟ ୨୦୨୨ ଫେବୃୟାରୀ ୨୩ରୁ ଆରମ୍ଭ ହୋଇ ୨୦୨୩ ମାର୍ଚ୍ଚ ମାସ ୨୨ରେ ଶେଷ ହେବାର ଅବଧି ରହିଥିଲେ ହେଁ ଆଜି ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଅଧାରୁ ଅଧିକ ହୋଇପାରିନାହିଁ। ସମ୍ପୃକ୍ତ ଠିକାଦାର ରାସ୍ତାର ଅନେକ ସ୍ଥାନରେ ଖୋଳି ଅଧାପନ୍ତରିଆ ଭାବେ ପକାଇ ଦେଇଥିବାରୁ ଲୋକମାନେ ଯାତାୟତରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସ୍ଥାନୀୟ ଲୋକମାନେ କାର୍ଯ୍ୟ ଶେଷ ପାଇଁ ଠିକାଦାର ଓ ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ବି କର୍ଣ୍ଣପାତ କରୁନାହାନ୍ତି। ଏହି ରାସ୍ତାରେ ନିର୍ବାଚିତ ଜନ ପ୍ରତିନିଧି ଓ ପ୍ରଶାସନିକ ଉଚ୍ଚ ପଦାଧିକାରୀମାନେ ଯାତାୟତ କରୁଥିଲେ ମଧ୍ୟ କାହାର ଦୃଷ୍ଟି ପଡୁନାହିଁ। ଚଳିତ ବର୍ଷା ଦିନ ହେତୁ ଏହି ରାସ୍ତା ଦେଇ ପ୍ରତ୍ୟହ ବିଭିନ୍ନ ଭାରିଯାନ ଚଳାଚଳ ଦ୍ୱାରା ରାସ୍ତାର ବିଭିନ୍ନ ସ୍ଥାନରେ ବଡ ବଡ ଗର୍ତ୍ତ ସୃଷ୍ଟି ହୋଇଛି। ତେବେ ପୂର୍ତ୍ତ ବିଭାଗଠାରୁ ଏହି ରାସ୍ତାଟି ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଯିବା ପରେ ଭଲ ରାସ୍ତା କାମ ହେବ ବୋଲି ସ୍ଥାନୀୟ ଲୋକେ ଆଶା କରିଥିବା ବେଳେ ତାହା ଓଲଟା ହୋଇଛି। ନିମ୍ନମାନର କାମ ସହିତ ବିଳମ୍ବ ଯୋଗୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେହିପରି ବୃତଙ୍ଗ ସେତୁର ପଶ୍ଚିମ ପାର୍ଶ୍ୱ ରାସ୍ତା ପାର୍ଶ୍ୱ ଧୋଇ ରାସ୍ତା ଖାଇ ଯାଇଥିବା ବେଳେ ବିଭାଗୀୟ କର୍ତ୍ତୃପକ୍ଷ ଏହାର ମରାମତି ପାଇଁ ଦୃଷ୍ଟି ଦେଉନାହାନ୍ତି। ଫଳରେ ଲଗାଣ ବର୍ଷା ହେଲେ ରାସ୍ତା ଧୋଇ ଯାତାୟତରେ ବ୍ୟାଘାତ ସୃଷ୍ଟି ହୋଇଛି। ରାସ୍ତାରେ ସୃଷ୍ଟି ହୋଇଥିବା ଗାତ ଯୋଗୁ ଦୁର୍ଘଟଣା ଆଶଙ୍କା ଦେଖାଦେଉଛି।
ପ୍ରକାଶଯୋଗ୍ୟ, ଗଣିଆ ବ୍ଲକ ସାଉଥ ବଡମୂଳ ମଙ୍ଗାନାସୀଠାରେ ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ରହିଛି। ବର୍ଷସାରା ଏଠାକୁ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସି ଥାଆନ୍ତି। ରାସ୍ତାର ଏଭଳି ଦୁରାବସ୍ଥା ଦେଖି ପର୍ଯ୍ୟଟକମାନେ ଏଠାକୁ ପୁନର୍ବାର ଆସିବା ପାଇଁ ଅନିଚ୍ଛା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଗଣିଆ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ସାହୁଙ୍କୁ ପଚାରିବାରୁ ଏହି ରାସ୍ତା ସମ୍ପୂର୍ଣ୍ଣ ପାଇଁ ପୁଣି ଥରେ ଟେଣ୍ଡର କରାଯିବା ପାଇଁ ଉଚ୍ଚ କତ୍ତୃପକ୍ଷଙ୍କୁ ଚିଠି କରାଯାଇଛି। ରି ଟେଣ୍ଡର ପ୍ରକ୍ରିୟା ଶେଷ ହେଲେ କାର୍ଯ୍ୟ ଆରମ୍ଭ ହେବ। ତେବେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଗଣିଆରେ ଦେଖାମିଳୁ ନ ଥିବା ବେଳେ ଏଭଳି ଦାୟିତ୍ୱହୀନ ମନ୍ତବ୍ୟ କାର୍ଯ୍ୟର ସ୍ବଚ୍ଛତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ସ୍ଥାନୀୟ ଜନସାଧାରଣଙ୍କ ତରଫରୁ ଜନଆନ୍ଦୋଳନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri