Posted inଜାତୀୟ

‘ଭାରତୀୟ ସେନା ଉପରେ ଆମର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି’

ଇଟାନଗର,୨୦।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ଲଗାତାର ଆଲୋଚନା ହେଉଛି। ଏହି ସମୟରେ, ତୱାଙ୍ଗ ମଠ ଏହି ପ୍ରସଙ୍ଗରେ ଭାରତୀୟ ସେନାକୁ ସମର୍ଥନ କରିଛି। ତୱାଙ୍ଗ ମଠର ଭିକ୍ଷୁ ଲାମା ୟେସି ଖାଓ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହାକୁ ଛାଡିବେ ନାହିଁ। ଆମେ ଭାରତୀୟ ସେନାକୁ ସମର୍ଥନ କରୁଛୁ। ତୱାଙ୍ଗ ପ୍ରସଙ୍ଗରେ ଏହାକୁ ଭୁଲ ଉପସ୍ଥାପନ କରି ସେ ଚାଇନା ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ ଆହୁରି କହିଛନ୍ତି ଚାଇନା ସରକାର ଅନ୍ୟ ଦେଶ ଉପରେ ସର୍ବଦା ନଜର ରଖିଥାଏ ଯାହା ସମ୍ପୂର୍ଣ୍ଣ ଭୁଲ ଅଟେ। ଚାଇନା ଆଖି ଭାରତ ଜମି ଉପରେ ମଧ୍ୟ ଅଛି। ଯଦି ସେମାନେ ବିଶ୍ୱରେ ଶାନ୍ତି ଚାହୁଁଛନ୍ତି ତେବେ ଏଭଳି କରିବା ଉଚିତ୍‌ ନୁହେଁ।
ମୋଦି ସରକାର ଏବଂ ଭାରତୀୟ ସେନା ଉପରେ ଆମର ସମ୍ପୂର୍ଣ୍ଣ ବିଶ୍ୱାସ ଅଛ ସେମାନେ ତୱାଙ୍ଗକୁ ସୁରକ୍ଷିତ ରଖିବେ। ୧୯୬୨ ଯୁଦ୍ଧ ସମୟରେ ମଧ୍ୟ ଏହି ମଠର ଭିକ୍ଷୁମାନେ ଭାରତୀୟ ସେନାକୁ ସାହାଯ୍ୟ କରିଥିଲେ। ଚାଇନା ସରକାରଙ୍କ ଦାବି ତୱାଙ୍ଗ ତାଙ୍କର ଅଂଶ ଅଟେ ଯାହା ସମ୍ପର୍ଣ୍ଣ ଭୁଲ୍‌, ତୱାଙ୍ଗ ହେଉଛି ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?