ପଦ୍ମପୁରକୁ ଜିଲା ଗଠନ ଦାବି ପ୍ରତି ଆମର ପୂର୍ଣ୍ଣ ସମର୍ଥନ ରହିଛି: ବିଜେଡି

ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ପାଇଁ ବିଜୁ ଜନତା ଦଳର ପୂର୍ଣ୍ଣ ସମର୍ଥନ ରହିଛି। ଏହି ଦାବି ପୂରଣ ପାଇଁ ଗଠିତ କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଛିି। ମୁଖ୍ୟମନ୍ତ୍ରୀ ମଧ୍ୟ ଯୁକ୍ତିଯୁକ୍ତ ଦାବିକୁ ଶୁଣିବା ସହିତ ସକାରାତ୍ମକ ଆଲୋଚନା କରିଥିବା ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂ କହିଛନ୍ତ। ସେ କହିଛନ୍ତି ଯେ ପଦ୍ମପୁରକୁ ଜିଲା ଗଠନ ପାଇଁ ଥିବା କ୍ରିୟାନୁଷ୍ଠାନ କମିଟି ତାଙ୍କ ନେତୃତ୍ୱରେ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହିତ ଏ ସଂକ୍ରାନ୍ତରେ ଆଲୋଚନା କରିଥିଲେ।
ଭୌଗୋଳିକ ସ୍ଥିତି ଦୃଷ୍ଟିରୁ ପଦ୍ମପୁର ଏକ ବଡ଼ ଅଞ୍ଚଳ। ତେଣୁ ଏଭଳି ଦାବି ପ୍ରତି ବିଜେଡିର ପୂର୍ଣ୍ଣ ସମର୍ଥନ ରହିଛି। ବିଜୁ ପଟ୍ଟନାୟକ ଓଡ଼ିଶାର ୧୩ଟି ଜିଲାକୁ ୩୦ଟି ଜିଲାରେ ପରିଣତ କରିଥିବାବେଳେ ଅବିଭକ୍ତ ସମ୍ବଲପୁର ଜିଲା ୪ଟି ଜିଲା ହୋଇଥିଲା। ପରବର୍ତ୍ତୀ ସମୟରେ ରାଜ୍ୟରେ ଜିଲା ପୁନର୍ଗଠନ ବେଳେ ପଦ୍ମପୁରକୁ ନିଶ୍ଚିତ ଭାବେ ଜିଲା ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବା ସିଂ କହିଛନ୍ତି। ଆଗାମୀ ଦିନରେ ଏହି ଦାବି ନେଇ ଆମେ ସକାରାତ୍ମକ ଭାବେ ଲଢ଼ିବୁ ଏବଂ ପଦ୍ମପୁର ଯେଭଳି ଭାବେ ଜିଲାର ମାନ୍ୟତା ପାଇବ ସେଥିପାଇଁ ପ୍ରଚେଷ୍ଟା ଜାରି ରଖିବୁ ବୋଲି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri