ବଦଳାଇବାକୁ ପଡିବ ଆମ ଅଭ୍ୟାସ: ଏହି କାରଣରୁ ବିଶ୍ୱ ପରିବେଶ ଦିବସ ନିରାଡମ୍ବର ଭାବେ ପାଳନ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଜୁନ ୫ ତାରିଖ ବିଶ୍ୱ ପରିବେଶ ଦିବସ। ଏହି ଅବସରରେ ବିଭିନ୍ନ ସ୍ଥାନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହିଭଳି ଗଞ୍ଜାମ ଜିଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ବ୍ରହ୍ମପୁର ଡିଏଫଓ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ରହ୍ମପୁର ଡିଏଫଓ ସୋନି ଖୋଖର ଅଧ୍ୟକ୍ଷତା କରିଥିଲେ। ଏଥିରେ ଭାଜପା ଗଞ୍ଜାମ ଜିଲା ସଭାପତି ସରୋଜ କୁମାର ସାବତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।

ଏହି ଅବସରରେ ସେ କହିଥିଲେ ଯେ, ତୈଳ ସଂରକ୍ଷଣ ପାଇଁ ଆଜିର ଉତ୍ସବକୁ ନିରାଡମ୍ବର ଭାବେ ପାଳନ କରାଯାଉଛି। ଆମେ ଆମର ଦୈନନ୍ଦିନ କିଛି ଅଭ୍ୟାସକୁ ବଦଲାଇବାକୁ ପଡିବ। ପ୍ଲାଷ୍ଟିକ ବ୍ୟବହାର କରିବା ନାହିଁ। ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା। ନଚେତ୍‌ ଆଗାମୀ ପିଢ଼ି ଆମକୁ କେବେ କ୍ଷମା ଦେବେନାହିଁ। ତେଣୁ ଏଥିପ୍ରତି ସମସ୍ତେ ସଚେତନ ହେବାକୁ ଜିଲ୍ଲା ସଭାପତି ଉପସ୍ଥିତ ଲୋକଙ୍କୁ ଆହ୍ବାନ କରିଥିଲେ। ଭଞ୍ଜନଗର ଡିଏଫଓ ହିମାଂଶୁ ଶେଖର ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଯେଉଁ ଉଦ୍ଦେଶ୍ୟରେ ପୁରସ୍କାର ପ୍ରଦାନ କରାଗଲା ତାହାକୁ ବଜାୟ ରଖିବା ପାଇଁ ଉପସ୍ଥିତ ଲୋକଙ୍କୁ ଆହ୍ବାନ କରିଥିଲେ।

ଏଥିସହ ସେ କହିଥିଲେ ଯେ, ଫଳନ୍ତି ଗଛ ଆମେ ଜଙ୍ଗଲରେ ଅଧିକରୁ ଅଧିକ ଲଗାଇବା ଯୋଜନା କରୁଛି। ଏହାଦ୍ୱାରା ପରିବେଶ ସୁରକ୍ଷିତ ରଖିବା ସହ ବନ୍ୟପ୍ରାଣୀଙ୍କୁ ଖାଦ୍ୟ ମିଳିବ। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ା। ଫଟୋ ଉଠାରେ ଆମମାନଙ୍କର ଚିନ୍ତାଧାରା
ସୀମିତ ନ ରହୁ ବୋଲି ଡିଏଫଓ ମହାନ୍ତି କହିଥିଲେ। ଓଏସଏପି ୮ମ ବାଟାଲିୟନ ସିଓ ସାରଦା ପ୍ରସନ୍ନ ଦାସ ଅନ୍ୟତମ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ଇକୋ କ୍ଲବ ଜିଲା ସଂଯୋଜକ ଡଃ ଶଙ୍କର ନାରାୟଣ ବେଞ୍ଜ ସଭାକୁ ସଂଯୋଜନା କରିଥିବାବେଳେ ଏସିଏଫ ସସ୍ମିତା ବିଶ୍ୱାଳ ଧନ୍ୟବାଦ ପ୍ରଦାନ କରିଥିଲେ।

ଏହି ଅବସରରେ ଜିଲାର ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର ଏବଂ ୨୧ ଜଣଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା। ସେଥିମଧ୍ୟରେ ଗଞ୍ଜାମ ଜିଲା ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପକ ଗଣେଷ ସାହୁ ଶ୍ରୀ ବେଲେଶ୍ୱର ଡିଗ୍ରୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ପାଇଁ ପୁରଷ୍କାର ଗ୍ରହଣ କରିଥିବାବେଳେ, ଭଞ୍ଜନଗର ଶ୍ରୀ ଅରବିନ୍ଦ ଶକ୍ତିମୟୀ ଟ୍ରଷ୍ଟର ଟ୍ରଷ୍ଟି ଅଧ୍ୟାପକ ବାବୁଲା ପ୍ରଧାନ ପ୍ରକୃତି ମିତ୍ର ପୁରସ୍କାର ଗ୍ରହଣ କରିଥିଲେ। ଏଥିସହ ନେଟେଙ୍ଗାର ସବୁଜ ବାହିନୀକୁ ମଧ୍ୟ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା। ସିଆରସିସି ଦ୍ୟୁତିକୃଷ୍ଣ ଲେଙ୍କା ଏବଂ ଅନ୍ୟମାନେ ପୁରସ୍କାର ଗ୍ରହଣ କରିଥିଲେ। ନୂଆପଡା ଏନଏସବି ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଅଧିକାରୀ ସରୋଜ କୁମାର ଦାସ ମଧ୍ୟ ପ୍ରକୃତି ମିତ୍ର କଲେଜ ପାଇଁ ପୁରସ୍କାର ଗ୍ରହଣ କରିଥିଲେ । ମୋଟାବାଡ଼ି ଗୋପୀନାଥ ବିଦ୍ୟାପୀଠ ପ୍ରମୁଖ ଅନୁଷ୍ଠାନକୁ ମଧ୍ୟ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିସହ ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶ୍ୟାମା ପ୍ରସାଦ ମିଶ୍ର ପ୍ରମୁଖଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିନରେ ଥିବା ବିଭିନ୍ନ ମହାବିଦ୍ୟାଳୟର ଶାଖା ଗୁଡ଼ିକ ଏବଂ ଯୋଜନା ଅଧିକାରୀ ମାନେ ପରିବେଶ ସୁରକ୍ଷା ପାଇଁ ଗତ ଆର୍ଥିକ ବର୍ଷରେ ଉଲ୍ଲେଖନୀୟ ସେବା କରିଛନ୍ତି। ତେଣୁ ଆଜି ୩ଟି ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖାକୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିକାରୀ ଡ. ଜୟନ୍ତ କୁମାର ପଣ୍ଡା ଏବଂ ତତ୍କାଳୀନ କୁଳପତି ଡ ଗୀତାଞ୍ଜଳି ଦାସଙ୍କ ପ୍ରେରଣା ଯୋଗୁ ଏହି ସଫଳତା ମିଳିଛି। ତେଣୁ ଏନେଇ ଜିଲା ଯୋଜନା ଅଧିକାରୀ ଗଣେଶ ସାହୁ ଏବଂ ଅନ୍ୟମାନେ କୂଳପତି ଏବଂ ବ୍ୟୁରୋ ଅଧିକାରୀଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri