Posted inଜାତୀୟ

‘ଆମେ କେବଳ ସଂସଦର ଅଧିବେଶନକୁ ଡାକିଛୁ, ବିପକ୍ଷ କାହିଁକି ଏତେ ଭୟଭୀତ’

ନୂଆଦିଲ୍ଲୀ,୧ା୯: କେନ୍ଦ୍ର ସରକାର ଆସନ୍ତା ସେପ୍ଟେମ୍ବର ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି। ବିରୋଧୀଦଳ ସରକାରଙ୍କ ଏହି ପଦକ୍ଷେପକୁ ସମାଲୋଚନା କରି ଏହାକୁ ଏକଛତ୍ରବାଦୀ ଶାସନ ବୋଲି କହିଛନ୍ତି। ଏହାର ଜବାବରେ କେନ୍ଦ୍ର ସଂସଦୀୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ବିପକ୍ଷଙ୍କୁ ଟାର୍ଗେଟ୍‌ କରିଛନ୍ତି। ଆମେ କେବଳ ସଂସଦର ଅଧିବେଶନକୁ ଡାକିଛୁ, ସେମାନେ କାହିଁକି ଏତେ ଭୟଭୀତ ବୋଲି ସେ ପ୍ରଶ୍ନ କରିଛନ୍ତି।
ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ, କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ପାଇଁ ସଂସଦର ସ୍ବତନ୍ତ୍ର ଅଧିବେଶନ ଅଣାଯାଇଛି। ଆସନ୍ତା ୨-୩ ଦିନ ମଧ୍ୟରେ ଆମେ ସମସ୍ତଙ୍କ ସହ ସଂସଦ ଅଧିବେଶନର ଏଜେଣ୍ଡା ବାଣ୍ଟିବୁ। ତେବେ ‘ଏକ ଦେଶ, ଏକ ନିର୍ବାଚନ’ ସଂକ୍ରାନ୍ତ ବିଲ୍‌ ଏହି ଅଧିବେଶନରେ ଆସିବାର ସମ୍ଭାବନା ରହିଛି ବୋଲି ସୂତ୍ରରୁ ଜଣାପଡ଼ିଛି। ଏ ନେଇ ବିରୋଧୀ ସରକାରଙ୍କ ଉପରେ ଆକ୍ରମଣ କରୁଛନ୍ତି। ଏହାର ଜବାବରେ ଯୋଶୀ କହିଛନ୍ତି, ଯଦିଓ ସେହି ବିଲ ଆସେ, ତେବେ ଏହା ଗୃହରେ ଆଲୋଚନା ହେବ। ସେ ଏ ବିଷୟରେ ଏତେ ଭୟଭୀତ କାହିଁକି? ସେମାନେ ଭୟ କରିବା ଆଦୌ ଉଚିତ୍‌ ନୁହେଁ।

ଯଦି ବିକାଶଶୀଳ ଦେଶରେ ଗଣତନ୍ତ୍ରର ବିକାଶ ହୁଏ, ତେବେ ଏଥିରେ କ’ଣ ଭୁଲ ଅଛି, ୧୯୬୦-୬୭ରେ ଏକକାଳୀନ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏକକାଳୀନ ନିର୍ବାଚନ ଦେଶକୁ ଶକ୍ତିଶାଳୀ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?