ପ୍ରେମ ସମ୍ପର୍କ ରଖିବାରୁ ହତ୍ୟା କରି ଫିଙ୍ଗି ଦେଲୁ

ସମ୍ବଲପୁର,୩୦ା୪(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ପାଓ୍ବାର ଚ୍ୟାନେଲରୁ କ୍ଷେତରାଜପୁର ଥାନା ପୋଲିସ ଜଣେ ଯୁବକଙ୍କ ହାତଗୋଡ଼ ବନ୍ଧା ମୃତଦେହ ଜବତ କରିଛି। ସେ ହେଲେ ସଦର ଥାନା ବଡସାହିର ସୁବିନ୍ଦ କୁଅଁର (୩୦)। ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା ମାମଲା (ନଂ.୧୨୧/୨୨) ରୁଜୁ କରିଛି। ତଦନ୍ତ ପରେ ପୋଲିସ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତ ସୁଜିତ ବାଦୀ ଓ ରାଧାକାନ୍ତ ସୁନାଙ୍କୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି।

ପୋଲିସ ସୂଚନା ଅନୁସାରେ ସୁବିନ୍ଦଙ୍କ ସେହି ଅଞ୍ଚଳର ଜଣେ ମହିଳାଙ୍କ ସହ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଗତ ୨୬ ତାରିଖରେ ମହିଳା ଜଣଙ୍କ ସୁବିନ୍ଦଙ୍କୁ ଫୋନ କରି ଡାକିଥିଲେ। ଉଭୟ ସମଲେଇ ମନ୍ଦିରରେ ଭେଟ ହେବା ପରେ ଘରକୁ ଫେରିଥିଲେ। ମହିଳାଙ୍କ ପରିବାର ଏହା ଜାଣିବା ପରେ ସୁବିନ୍ଦଙ୍କୁ ମାରପିଟ କରିଥିଲେ। ପ୍ରବଳ ମାଡ଼ ଯୋଗୁ ଗୁରୁତର ହୋଇ ସୁବିନ୍ଦଙ୍କ ମୃତ୍ୟୁ ଘଟିଥିଲା। ହତ୍ୟା କରିବା ପରେ ଅଭିଯୁକ୍ତମାନେ ପଥରରେ ହାତଗୋଡ଼ ବାନ୍ଧି ପାଓ୍ବାର ଚ୍ୟାନେଲରେ ଫିଙ୍ଗି ଦେଇଥିଲେ। ପୋଲିସ ଜେରା ପରେ ଗିରଫ ଦୁଇ ଅଭିଯୁକ୍ତ ଏହା ସ୍ବୀକାର କରିଥିଲେ। ଏଣେ ସୁବିନ୍ଦ ଘରକୁ ନ ଫେରିବାରୁ ପରିବାର ବର୍ଗ ଖୋଜାଖୋଜି କରି ପୂର୍ବରୁ ସଦର ଥାନାରେ ନିଖୋଜ ଅଭିଯୋଗ କରିଥିଲେ। ହେଲେ ସୁବିନ୍ଦଙ୍କଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଜାଣିବା ପରେ ଗୁରୁବାର ରାତିରେ ଥାନା ଘେରାଉ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ରାତି ହୋଇଯିବାରୁ ପୋଲିସ ଉଦ୍ଧାର କାର୍ଯ୍ୟ କରିପାରି ନ ଥିଲା। ଶୁକ୍ରବାର ପୋଲିସ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀ ମୃତଦେହ ଉଦ୍ଧାର କରିଥିଲେ। ତେବେ ପରକୀୟା ପ୍ରୀତି ଯୋଗୁ ଏଭଳି ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri