Posted inଜାତୀୟ

ପ୍ରଧାନମନ୍ତ୍ରୀ କେତେବେଳେ କେଉଁ ରାସ୍ତାରେ ଯିବେ, ତାହାର ସୂଚନା ଦେଲା କିଏ

ଚଣ୍ଡିଗଡ଼,୫।୧: ସୁରକ୍ଷା ବ୍ୟବସ୍ଥାରେ ବଡ଼ ଧରଣର ଢ଼ିଲା କାରଣରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବର ଫିରୋଜପୁର ରାଲିକୁ ବାତିଲ କରି ଦିଆଯାଇଛି। ଏହି ଘଟଣାକୁ କେନ୍ଦ୍ର କରି କଂଗ୍ରେସ ଉପରେ ବର୍ଷିଛନ୍ତି ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ସ୍ମ୍ରିତି ଇରାନୀ।

“ଆମକୁ ଜଣାଅଛି କଂଗ୍ରେସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଘୃଣା କରେ। ଆଜି ସେମାନେ ଦେଶର ପ୍ରଧାନମନ୍ତ୍ରୀଙ୍କ କ୍ଷତି କରିବାକୁ ଉଦ୍ୟମ କରିଛନ୍ତି” ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ଯାଉଥିବା ରାସ୍ତାରେ ବିକ୍ଷୋଭର ସମୟ ଉପରେ ସେ ପ୍ରଶ୍ନ ଉଠାଇଛନ୍ତି। “ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ପ୍ରବଳ ସଂଖ୍ୟାରେ ବିକ୍ଷୋଭକାରୀ ପହଞ୍ଚିବା ସଂଯୋଗ ନୁହେଁ। ଏହା ଏକ ଷଡ଼ଯନ୍ତ୍ର। ସୁରକ୍ଷା ବ୍ୟବସ୍ଥାରେ ଏଭଳି ଢ଼ିଲା ପାଇଁ ଦାୟୀ କିଏ? ପଞ୍ଜାବ ପୋଲିସ ନିରବ ଦ୍ରଷ୍ଟା ସାଜି ଛିଡ଼ା ହୋଇଥିଲେ। ସୁରକ୍ଷା ବ୍ୟବସ୍ଥାର କୌଣସି ପ୍ରୋଟୋକଲ ପାଳନ କରାଯାଇ ନ ଥିଲା” ବୋଲି ଇରାନୀ କହିଛନ୍ତି।

ଫିରୋଜପୁରରେ ଆୟୋଜିତ ରାଲିରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ କନଭେ ଯାଉଥିବା ବେଳେ ବିକ୍ଷୋଭ କାରଣରୁ ପ୍ରାୟ ୨୦ ମିନିଟ୍‌ ପାଇଁ ଏକ ଫ୍ଲାଏଓଭରରେ ଅଟକି ରହିଥିଲେ। ପ୍ରଧାନମନ୍ତ୍ରୀଙ୍କ ଗାଡ଼ି ଫଶି ରହିଥିବା ସମୟରେ ଫ୍ଲାଏଓଭରରେ ଚଳାଚଳ କରୁଥିଲା ବେସରକାରୀ ଗାଡ଼ି। ସୁରକ୍ଷା ବ୍ୟବସ୍ଥାରେ ଏହା ସବୁଠୁ ବଡ଼ ତ୍ରୁଟି ଥିଲା। ଏଭଳି ଢ଼ିଲା ସୁରକ୍ଷା ବ୍ୟବସ୍ଥା ଯୋଗୁ ମୋଦି ଭଟିଣ୍ଡା ବିମାନ ବନ୍ଦରକୁ ଫେରି ଯାଇଥିଲେ। ଏହି ଘଟଣା ଯୋଗୁ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ କେନ୍ଦ୍ର ସରକାର ଓ କଂଗ୍ରେସ ଶାସିତ ରାଜ୍ୟ ମଧ୍ୟରେ ବିବାଦ ଘନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri