ମହାମାରୀ ସହ କାଟିବାକୁ ପଡିବ ନୂଆବର୍ଷ: ବିଲ୍ ଗେଟ୍ସ

ୱାଶିଂଟନ,୧୧ ।୧୨: କରୋନା ମହାମାରୀକୁ ନେଇ କମ୍ପୁଟର ଜଗତର ଅଗ୍ରଣୀ କମ୍ପାନୀ ମାଇକ୍ରୋସପ୍ଟର ଫାଉଣ୍ଡର ବିଲ୍ ଗେଟ୍ସ ଏକ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ନୂଆବର୍ଷ ବା ୨୦୨୧କୁ ଆମକୁ କରୋନା ମହାମାରୀ ମଧ୍ୟରେ କାଟିବାକୁ ପଡିବ । ତେବେ ୨୦୨୨ ବେଳକୁ ସ୍ଥିତି ସାମାନ୍ୟ ହୋଇପାରେ ବୋଲି ସେ ଅନୁମାନ କରିଥିବା କହିଛନ୍ତି । ହେଲେ ସବୁଠାରୁ ଖୁସିର କଥା ହେଲା ମାତ୍ର ୧୨ ମାସ ଭିତରେ ଆମକୁ କରୋନା ଭ୍ୟାକ୍ସିନ ମିଳିଗଲା । ଆସନ୍ତା ବର୍ଷ ଆରମ୍ଭରେ ଆମକୁ କିଛି ଭ୍ୟାକ୍ସିନ ମିଳିଯିବ ବୋଲି ସେ କହିଛନ୍ତି । ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ ଗେଟ୍ସ କହିଛନ୍ତି । ଭାରତ ଭଳି ଦେଶରେ ଭ୍ୟାକ୍ସିନ ପ୍ରସ୍ତୁତକାରୀ କମ୍ପାନୀ ଯଦି ସ୍ଥାପନ କରାଯାଏ ତେବେ ଆଉ ବିକାଶଶୀଳ ଦେଶ ଉପରେ ସମସ୍ତେ ନିର୍ଭର କରିବାର ଆବଶ୍ୟକତା ରହିବ ନାହିଁ କି ଭ୍ୟାକ୍ସିନର କଳାବଜାରି ହେବ ନାହିଁ । ସେଥିପାଇଁ ସିରମ ଇନଷ୍ଟିଚ୍ୟୁଟ ଗେଟ୍ସ ଫାଉଣ୍ଡେଶନ ସହାୟତାରେ ଏସଟ୍ରାଜେନେକା ଭ୍ୟାକ୍ସନ ପ୍ରସ୍ତୁତ କରିବାରେ ଲାଗି ପଡିଛି । ସୂଚନାଯୋଗ୍ୟ, ଗେଟ୍ସ ଫାଉଣ୍ଡେଶନ କରୋନା ଭ୍ୟାକ୍ସିନ ପ୍ରସ୍ତୁତ କରିବା ଲାଗି ସିରମ ଇନଷ୍ଟିଚ୍ୟୁଟକୁ ପ୍ରାୟ ୧୫୦ ମିଲିୟନ ଡଲାର ସାହାଯ୍ୟ ଦେଇଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri