ସମ୍ବିଧାନର ସୁରକ୍ଷା ପାଇଁ ଲଢ଼େଇ ଦରକାର

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ସର୍ବୋଦୟ ସଂକଳ୍ପ ଶିବିର ଅନୁଷ୍ଠିତ ହୋଇଛି। ଏହି ଅବସରରେ ସଙ୍ଗଠନର ଜାତୀୟ ଉପାଧ୍ୟକ୍ଷ ସଚିନ ନାୟକ ଜାତୀୟ କଂଗ୍ରେସର ପତାକାକୁ ଉତ୍ତୋଳନ ସହିତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଉଦ୍‌ଘାଟନୀ ଅଧିବେଶନରେ ସମ୍ବଲପୁରର ବରିଷ୍ଠ ଖବରଦାତା ଶିବ ନନ୍ଦ ମୁଖ୍ୟବକ୍ତା ଭାବେ ଯୋଗଦେଇ ସମ୍ବିଧାନ ଓ ଦେଶର ଗଣତନ୍ତ୍ରର ସୁରକ୍ଷା ପାଇଁ ବିଚାରଗତ ଲଢ଼େଇର ଆବଶ୍ୟକତା ରହିଛି ବୋଲି କହିଥିଲେ। ଜନ ଆନ୍ଦୋଳନ ଓ ଗଣତନ୍ତ୍ରର ସୁରକ୍ଷା ସମ୍ପର୍କୀତ ଅଧିବେଶନରେ କୃଷକ ନେତା ଲିଙ୍ଗରାଜ ଯୋଗଦେଇ ସ୍ଥାନୀୟ ଲୋକଙ୍କ ସମସ୍ୟାକୁ ନେଇ ଜନ ଆନ୍ଦୋଳନ ଗଢ଼ି ପାରିଲେ ଗଣତନ୍ତ୍ର ସୁରକ୍ଷିତ ହେବ ବୋଲି କହିଥିଲେ। କଲାପାଣି କଲେଜର ପୂର୍ବତନ ଅଧ୍ୟକ୍ଷ ମୋହନ ସାହୁ ଏବଂ ସୋହେଲା କଲେଜର ପୂର୍ବତନ ଅଧ୍ୟକ୍ଷ ଟେକଚାନ୍ଦ ଦୁଆନ କାର୍ଯ୍ୟକ୍ରମରେ ଯୋଗଦେଇ କ୍ଷମତାର ବିକେନ୍ଦ୍ରୀକରଣ ଓ ପଞ୍ଚାୟତ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିରନ୍ତର ପ୍ରୟାସର ଆବଶ୍ୟକତା ରହିଛି ବୋଲି କହିଥିଲେ। ସଙ୍ଗଠନର ରାଜ୍ୟ ଅଧ୍ୟକ୍ଷ ସୁଦର୍ଶନ ଦାସ ସ୍ବାଧୀନତା ସଂଗ୍ରାମ ଓ ଭାରତ ନିର୍ମାଣରେ କଂଗ୍ରେସର ଭୂମିକା ଉପରେ ଆଲୋକପାତ କରିଥିବାବେଳେ ସଙ୍ଗଠନର ଜାତୀୟ ଉପାଧ୍ୟକ୍ଷ ନାୟକ ସମ୍ବିଧାନର ସୁରକ୍ଷା ଉପରେ ଆଲୋଚନା କରିଥିଲେ। ସଙ୍ଗଠନର ରାଜ୍ୟ ସଂଯୋଜକ ବିଜୟ ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପାଣ୍ଡବ କର୍ଣ୍ଣ, କିଶୋର ସାହୁ, ଅନନ୍ତ ଶୟନ ପାଢ଼ୀ, ଗଣେଶ ସାହୁ, ସୁନୀତା ବାଗ, ବାସନ୍ତୀ ସାହୁ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଆଗାମୀ ଦିନରେ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନକୁ ଜିଲାର ସମସ୍ତ ପଞ୍ଚାୟତରେ ମଜବୁତ୍‌ କରିବା ସହିତ ଲୋକଙ୍କ ଦୈନନ୍ଦିନ ସମସ୍ୟାକୁ ନେଇ ଆନ୍ଦୋଳନ ଗଢ଼ି ତୋଳିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। କଂଗ୍ରେସ ଦଳ ଯେଉଁ ରାଜନୈତିକ ବିଚାର ଉପରେ ଦଣ୍ଡାୟମାନ, ସେହି ବିଚାରକୁ ଅଧିକ ସଂଖ୍ୟକ ଲୋକଙ୍କ ପାଖରେ ପହଞ୍ଚାଇବାର ପ୍ରୟାସ ହେବ ବୋଲି ସଙ୍ଗଠନ ପକ୍ଷରୁ କୁହାଯାଇଛି। ରବିବାର ପୂର୍ବାହ୍ନରେ ଜୀରାନଦୀର ସୁରକ୍ଷା ଓ ପୁନରୁଦ୍ଧାର ପାଇଁ ଜୀରା ବଞ୍ଚାଅ ଆନ୍ଦୋଳନକୁ ଆରମ୍ଭ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri