Posted inଖେଳ

୨-୩ ମାସ ପରେ କ୍ରୀଡ଼ା କାର୍ଯ୍ୟକଳାପ ଆରମ୍ଭ କରିବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛୁ: ରିଜିଜୁ

ନୂଆଦିଲ୍ଲୀ,୧୬।୭(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ବଢିବାରେ ଲାଗିଛି। ଏପରିସ୍ଥଳେ ତରବର ହୋଇ କ୍ରୀଡ଼ା କାର୍ଯ୍ୟକଳାପ ଆରମ୍ଭ ନ କରିବାକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି। ଆଗାମ ୨-୩ ମାସ ମଧ୍ୟରେ କୌଣସି କ୍ରୀଡ଼ା କାର୍ଯ୍ୟକଳାପ ଆରମ୍ଭ ନ କରିବାକୁ ସେ କହିଛନ୍ତି। ରାଜ୍ୟଗୁଡିକ ସ୍ବାଧୀନ ଭାବେ କ୍ରୀଡ଼ା ଆରମ୍ଭ କରିପାରିବେ। କିନ୍ତୁ ପରିସ୍ଥିତକୁ ଦୃଷ୍ଟିରେ ରଖି ୨ରୁ ୩ ମାସ ପରେ କ୍ରୀଡ଼ା ଆରମ୍ଭ କରିବାକୁ ନିବେଦନ କରୁଛି ବୋଲି ରିଜିଜୁ କହିଛନ୍ତି।
ଦୁଇ ଦିନଧରି ସବୁ ରାଜ୍ୟ କେନ୍ଦ୍ର ଶାସିତ କ୍ରୀଡ଼ାମନ୍ତ୍ରୀମାନଙ୍କ ସହ ଭର୍ଚୁଆଲ ମିଟିଂ ଶେଷ ହେବା ପରେ ସେ ଏହି କଥା କହିଛନ୍ତି। ପରିସ୍ଥିତି ସୁଧୁରିଲେ ନନ୍‌ କଣ୍ଟାକ୍ଟ ସ୍ପୋଟର୍‌ସ ବା ଶାରୀରିକ ସମ୍ପର୍କରେ ଆସୁ ନ ଥିବା କ୍ରୀଡ଼ା ଆରମ୍ଭ କରିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ନନ୍‌ କଣ୍ଟାକ୍ଟ ସ୍ପୋଟର୍‌ସଗୁଡିକୁ ସୀମିତ ଭାବେ ଆରମ୍ଭ କରିବାରେ କୌଣସି ଅସୁବିଧା ନାହିଁ। କେତେକ ରାଜ୍ୟରେ ସ୍ପୋଟର୍‌ସ ଟ୍ରେନିଂ ମଧ୍ୟ ଆରମ୍ଭ ହେଲାଣି। ଯଦି ସ୍ଥିତିରେ ଆହୁରି ସୁଧାର ଆସେ ତା’ହେଲେ ଅନ୍‌ ଫିଲ୍ଡ ସ୍ପୋର୍ଟ୍ସର ପ୍ରତ୍ୟାବର୍ତ୍ତନ ପାଇଁ ପ୍ରୟାସ କରିବୁ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, କୋଭିଡ୍‌-୧୯ ମହାମାରୀ କାରଣରୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯିବା ପରେ କ୍ରୀଡ଼ା କାର୍ଯ୍ୟକଳାପ ଠପ୍‌ ହୋଇଯାଇଥିଲା। କାରୋନା ଭାଇରସ୍‌ ବିରୋଧରେ ଲଢେଇ ପାଇଁ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ଏକାଠି କାର୍ଯ୍ୟ କରିବେ ଓ ଏକ କୋଟି ସ୍ବେଚ୍ଛାସେବୀଙ୍କୁ ପ୍ରସ୍ତୁତ କରିବେ ବୋଲି ସେ କହିଛନ୍ତି। ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri