Posted inଜାତୀୟ

‘ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଆମକୁ ଦଣ୍ଡିତ କରା ନ ଯାଉ’, ଡିଲିମିଡେଶନକୁ ନେଇ ଚେନ୍ନାଇରେ ଏକଜୁଟ ହେଲେ ବିରୋଧୀ

ଚେନ୍ନାଇ,୨୨।୩: ସୀମା ନିର୍ଦ୍ଧାରଣ ପ୍ରସଙ୍ଗ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶନିବାର ଚେନ୍ନାଇରେ ବିରୋଧୀ ନେତାମାନଙ୍କର ଏକ ବୈଠକ ଡାକିଥିଲେ। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ସମେତ ଅନେକ ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ନେତା ବୈଠକରେ ଯୋଗ ଦେଇଥିଲେ।
ବୈଠକରେ ଅଂଶଗ୍ରହଣ କରି କେରଳ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଲୋକ ସଭା ନିର୍ବାଚନମଣ୍ଡଳୀର ସୀମା ନିର୍ଦ୍ଧାରଣ ପ୍ରସ୍ତାବ ଆମ ମୁଣ୍ଡ ଉପରେ ଏକ ଖଣ୍ଡା ଭଳି ଝୁଲୁଛି। ବିଭିନ୍ନ ରିପୋର୍ଟରୁ ଜଣାପଡିଛି ଯେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର କୌଣସି ପରାମର୍ଶ ବିନା ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଆଗକୁ ବଢ଼ୁଛି। ଏଭଳି ହଠାତ୍‌ ପଦକ୍ଷେପ କୌଣସି ସାମ୍ବିଧାନିକ ନୀତି କିମ୍ବା ଗଣତାନ୍ତ୍ରିକ ବାଧ୍ୟବାଧକତା ଦ୍ୱାରା ଅନୁପ୍ରାଣିତ ନୁହେଁ।’
ବୈଠକରେ, ମୁଖ୍ୟମନ୍ତ୍ରୀ ଷ୍ଟାଲିନ ସ୍ପଷ୍ଟ କରିଥିଲେ ଯେ ବିରୋଧୀ ସୀମା ନିର୍ଦ୍ଧାରଣ ବିରୋଧରେ ନୁହେଁ ବରଂ ଏକ ଅନୁଚିତ ସୂତ୍ରର ବିରୋଧୀ ଯାହା ଜନସଂଖ୍ୟା ବୃଦ୍ଧିକୁ ସଫଳତାର ସହିତ ନିୟନ୍ତ୍ରଣ କରିଥିବା ରାଜ୍ୟଗୁଡ଼ିକୁ ପ୍ରତିକୂଳ ଭାବରେ ପ୍ରଭାବିତ କରିବ।
ଆଗାମୀ ସୀମା ନିର୍ଦ୍ଧାରଣ ଯୋଗୁଁ ଦକ୍ଷିଣ ଭାରତୀୟ ରାଜ୍ୟ ସଂସଦୀୟ ଆସନ ହରାଇବ ନାହିଁ ବୋଲି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ପ୍ରତିଶ୍ରୁତି ଉପରେ ଶନିବାର ସନ୍ଦେହ ପ୍ରକାଶ କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ। ଷ୍ଟାଲିନ କହିଥିଲେ ଯେ ସେ ଅମିତ ଶାହଙ୍କ କଥାକୁ ବିଶ୍ୱାସ କରନ୍ତି ନାହିଁ।
ଏହି ସମୟରେ, ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଅଭିଯୋଗ କରିଛନ୍ତି ଯେ ଭାଜପା ‘ଜନସଂଖ୍ୟାଗତ ଦଣ୍ଡ’ ନୀତି କାର୍ଯ୍ୟକାରୀ କରୁଛି। ସେ ଆହୁରି କହିଛନ୍ତି, ‘ସୀମା ନିର୍ଦ୍ଧାରଣ ପ୍ରକ୍ରିୟାରେ ଲୋକ ସଭା ଆସନ ସଂଖ୍ୟା ବୃଦ୍ଧି କରନ୍ତୁ ନାହିଁ।’


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri