ଆମେ ଆନ୍ଧ୍ରରେ ମିଶିବୁ

ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ ଏଭଳି ଅଭିଯୋଗ କରିବା ସହ ଆନ୍ଧ୍ରରେ ମିଶିବାକୁ ଅନୁରୋଧ କରିଛନ୍ତି କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ରାଲେଗଡା ପଞ୍ଚାୟତ ତଥା ଆନ୍ଧ୍ର ସୀମାନ୍ତର ୮ଟି ଗ୍ରାମର ଲୋକେ। ବିଧାୟକ ଦୋରା ଗ୍ରାମବାସୀଙ୍କ ପ୍ରସ୍ତାବକୁ ବିଧାନସଭାରେ ଉଠାଇବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ଗୁରୁବାର ରାଲେଗଡା ପଞ୍ଚାୟତର କାରେଡି, ବିଟ୍ରା, ବିଲକାବିଟ୍ରା, ଜଙ୍ଗଲବାଲାସା, ଆଡୁବାଡାବାଲାସା,ବରାନାଉଡି, କାଇରୁବାଡୁ ସହ ଅନ୍ୟ ଏକ ଗ୍ରାମର ୨ଶହରୁ ଉର୍ଦ୍ଧ୍ୱ ଗ୍ରାମବାସୀ ସାଲୁର ବ୍ଲକର ପାଚିପେଣ୍ଟାପି କାନାବାଲାସା ପଞ୍ଚାୟତରେ ଏକାଠି ହୋଇ ବିଧାୟକ ଦୋରାଙ୍କୁ ଭେଟିଥିଲେ। ଏହି ସମୟରେ ପାର୍ବତୀପୁରମ୍‌ ଆଇଟିଡିଏର ପିଏ କୋରମ ନାଥ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?