Posted inଖେଳ

ଅବସର ପଛର କାରଣ ହୃଦୟ ବିଦାରକ ପରାଜୟ

ଆବୁଧାବି,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ ମଝିରେ ଅବସର ଘୋଷଣା କରିଛନ୍ତି ଅସଘର ଅଫଘାନ। ତେବେ ଗତ ମ୍ୟାଚ୍‌ରେ ପାକିସ୍ତାନଠାରୁ ହୃଦୟ ବିଦାରକ ପରାଜୟ ପରେ ହଠାତ୍‌ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି ଆଫଗାନିସ୍ତାନର ପୂର୍ବତନ ଅଧିନାୟକ।

ସୁପର-୧୨ ପର୍ଯ୍ୟାୟରେ ଖେଳାଯାଇଥିବା ମୁକାବିଲାରେ ପାକିସ୍ତାନ ୫ ଉଇକେଟରେ ଆଫଗାନିସ୍ତାନକୁ ହରାଇ ଦେଇଥିଲା। ୧୯ତମ ଓଭର ପର୍ଯ୍ୟନ୍ତ ମ୍ୟାଚ୍‌ ଆଫଗାନିସ୍ତାନ ହାତରେ ଥିଲା। କିନ୍ତୁ ଅସିଫ ଅଲି ୪ ଛକା ଲଗାଇ ମ୍ୟାଚ୍‌ ଛଡ଼ାଇ ଆଣିଥିଲେ। ଏହାର ୨୪ ଘଣ୍ଟା ମଧ୍ୟରେ ନାମ୍ବିଆ ବିପକ୍ଷ ମ୍ୟାଚ୍‌ ଅନ୍ତର୍ଜାତୀୟ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ହେବ ବୋଲି ଘୋଷଣା କରିଥିଲେ ପୂର୍ବତନ ଅଧିନାୟକ। ଉଲ୍ଲେଖଯୋଗ୍ୟ, ଆଫଘାନଙ୍କ ନାମରେ ଅଧିନାୟକ ଭାବେ ସର୍ବାଧିକ ଟି୨୦ ମ୍ୟାଚ୍‌ ଜିତିବାର ରେକର୍ଡ।

“ଅନ୍ତିମ ମ୍ୟାଚ୍‌, ଆମକୁ ଖୁବ୍‌ ବାଧିଥିଲା। ଏହି କାରଣରୁ ମୁଁ ଅବସର ନେବାକୁ ନିଷ୍ପତ୍ତି ନେଇଛି। ଦଳ ସହ ଅନେକ ସ୍ମୃତି ରହିଛି। ଏହା ମୋ ପାଇଁ କଷ୍ଟକର। କିନ୍ତୁ ମୋତେ ସନ୍ନ୍ୟାସ ନେବାକୁ ପଡ଼ିବ। ମୁଁ ଯୁବ ଖେଳାଳିଙ୍କୁ ସୁଯୋଗ ଦେବାକୁ ଚାହୁଁଛି। ଏଥି ଲାଗି ଆଉ ଭଲ ସୁଯୋଗ ମିଳିବ ନାହିଁ। ଅନେକ ଲୋକ ପଚାରୁଛନ୍ତି, ଏବେ କ’ଣ ପାଇଁ? କିନ୍ତୁ ଏହାକୁ ମୁଁ ଶବ୍ଦରେ ପରିପ୍ରକାଶ କରିପାରିବି ନାହିଁ” ବୋଲି ନାମ୍ବିଆ ବିପକ୍ଷ ପ୍ରଥମ ଇନିଂସ ଶେଷ ହେବା ପରେ କୋହଭରା କଣ୍ଠରେ ୩୩ ବର୍ଷୀୟ ଆଫଘାନ କହିଛନ୍ତି।

୨୦୦୯ରେ ପଦାର୍ପଣ କରିଥିବା ଆଫଘାନ ଦେଶ ପାଇଁ ୬ ଟେଷ୍ଟ, ୧୧୪ ଦିନିକିଆ ଓ ନାମ୍ବିଆ ବିପକ୍ଷ ମ୍ୟାଚ୍‌କୁ ମିଶାଇ ୭୫ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୪,୨୪୬ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri