ବିଦେଶରେ ମଧ୍ୟ ନିଯୁକ୍ତି ଦେବୁ: ମନ୍ତ୍ରୀ

ଭୁବନେଶ୍ବର, ୧୧ା୪(ବ୍ୟୁରୋ): ଶିଳ୍ପ କ୍ଷେତ୍ରର ଅଭିବୃଦ୍ଧି ନିମନ୍ତେ ରାଜ୍ୟ ସରକାର ଏକ ପ୍ରଗତିଶୀଳ ଇକୋସିଷ୍ଟମ ପ୍ରତିଷ୍ଠା ପାଇଁ ବିଭିନ୍ନ ପରିବର୍ତ୍ତନମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଟେକ୍ନିକାଲ ଆଣ୍ଡ ଭୋକେଶନାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଟିଭିଇଟି) ଇକୋ-ସିଷ୍ଟମରେ ‘ସ୍କିଲ ଇନ୍‌ ଓଡ଼ିଶା’ ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ୍‌ ଭାବେ ମାନ୍ୟତା ପାଇଛି। ରାଜ୍ୟର ଏହି ମହତ୍ତ୍ୱାକାଂକ୍ଷୀ ଦୃଷ୍ଟିକୋଣ ଏବଂ ସମସ୍ତ ହିତାଧିକାରୀଙ୍କ ଅକ୍ଳାନ୍ତ ଉଦ୍ୟମ ଯୋଗୁ ସ୍କିଲ୍‌-ଇନ୍‌-ଓଡ଼ିଶା ତାଲିମଦାତାଙ୍କୁ ୨୦୧୯ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାରତରୁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିବାରେ ସକ୍ଷମ କରିଛି ବୋଲି ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି।
ଗୀତଗୋବିନ୍ଦ ସଦନଠାରେ ଗଣମାଧ୍ୟମକୁ ସମ୍ବୋଧିତ କରି ଘଡ଼େଇ କହିଛନ୍ତି, ସ୍କିଲ୍‌-ଇନ୍‌-ଓଡ଼ିଶା ବ୍ରାଣ୍ଡ୍‌କୁ ଅଧିକ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ରାଜ୍ୟର ଯୁବକମାନଙ୍କୁ କେବଳ ଦେଶ ଭିତରେ ନୁହେଁ, ବିଦେଶରେ ମଧ୍ୟ ନିଯୁକ୍ତି ଦେବା ପାଇଁ ଓଡ଼ିଶା ସରକାର ଚେଷ୍ଟା କରୁଛନ୍ତି। ଆସନ୍ତା ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମଠାରେ ଓଡ଼ିଶା ସ୍କିଲ୍‌ କନ୍‌କ୍ଲେଭ-୨୦୨୩ର ଆୟୋଜନ ହେଉଛି। ଆସନ୍ତା ୨୦ରେ ଉଦ୍‌ଘାଟିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଭାରତରେ ସମନ୍ବିିତ ସ୍କିଲ୍‌ ଇକୋସିଷ୍ଟମ୍‌, ଦକ୍ଷ ମାନବ ଶକ୍ତି ଇତ୍ୟାଦି ପ୍ରସଙ୍ଗ ଭିତ୍ତିକ ଆଲୋଚନା ହେବ। ଏହାସହ ଦକ୍ଷତା ବିକାଶ ଉପରେ ଅଧିବେଶନମାନ ଅନୁଷ୍ଠିତ ହେବ ବୋଲି ସେ କହିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ କହିଛନ୍ତି, ଏହି କାର୍ଯ୍ୟକ୍ରମରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରୀୟ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ଶିଳ୍ପ ପ୍ରତିନିଧି ଅଂଶଗ୍ରହଣ କରିବେ। ୨ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର, ଶିଳ୍ପ/ଏକାଡେମୀ/ସରକାରୀ କ୍ଷେତ୍ରର ହଜାରେରୁ ଊର୍ଦ୍ଧ୍ୱ ପ୍ରତିନିଧି ମଧ୍ୟ ସାମିଲ ହେବେ। ଏହି ସମ୍ମିଳନୀରେ ଆଇଟିଆଇଏସ୍‌/ପଲିଟେକ୍ନିକ୍ସ/ ଇଞ୍ଜିନିୟରିଂ କଲେଜ/ବିଶ୍ୱବିଦ୍ୟାଳୟ ତଥା ବିଶିଷ୍ଟ ଶିଳ୍ପ ତଥା ସରକାରୀ ବିଭାଗର ୧୦୦ରୁ ଊର୍ଦ୍ଧ୍ୱ ପ୍ରଦର୍ଶନୀ ଆୟୋଜିତ ହେବ। ୨୦ ଓ ୨୧ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ମଙ୍ଗଳବାର ରାଜଧାନୀରେ ମଧ୍ୟ ଏକ କର୍ଟେନ ରେଜର ଅନୁଷ୍ଠିତ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri