Posted inଜାତୀୟ

ଘରେ ପଶି ମାରିବୁ…ପାକିସ୍ତାନକୁ ପୁଣି ଧମକ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମଧ୍ୟପ୍ରଦେଶର ଭୋପାଳରେ ଦେବୀ ଅହଲ୍ୟାବାଈ ମହିଳା ସଶକ୍ତିକରଣ ମହାସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ ଏବଂ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏକ ଜନସଭାକୁ ସମ୍ବୋଧିତ କରି ପାକିସ୍ତାନକୁ ଟାର୍ଗେଟ୍‌ କରିଥିଲେ। ଅପରେଶନ ସିନ୍ଦୂର ହେଉଛି ଆତଙ୍କବାଦ ବିରୋଧରେ ସବୁଠାରୁ ବଡ଼ ଅପରେଶନ। ଆମର ସେନା ଶହ ଶହ କିଲୋମିଟର ଭିତରେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ନଷ୍ଟ କରିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ପହଲଗାମରେ ଆତଙ୍କବାଦୀମାନେ କେବଳ ଭାରତୀୟଙ୍କ ରକ୍ତ ବୁହାଇ ନାହାଁନ୍ତି, ସେମାନେ ଆମ ସଂସ୍କୃତି ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଛନ୍ତି। ସେମାନେ ଆମ ସମାଜକୁ ବିଭାଜିତ କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଭାରତର ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଛନ୍ତି। ଏହି ଚ୍ୟାଲେଞ୍ଜ ଆତଙ୍କବାଦୀ ଏବଂ ସେମାନଙ୍କ ମାଲିକମାନଙ୍କ ପାଇଁ ମୃତ୍ୟୁଘଣ୍ଟି ପାଲଟିଛି। ଅପରେଶନ ସିନ୍ଦୂର ହେଉଛି ଆତଙ୍କବାଦୀଙ୍କ ବିରୋଧରେ ଭାରତର ଇତିହାସର ସବୁଠାରୁ ବଡ଼ ଏବଂ ସଫଳ ଅପରେଶନ। ପାକିସ୍ତାନୀ ସେନା ଏହା ଭାବି ମଧ୍ୟ ନ ଥିଲେ, ଆମର ସେନା ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ନଷ୍ଟ କରିଦେଇଛି। ଆଗକୁ ମଧ୍ୟ ଏମିତି କଲେ ଆମେ ଘରେ ପା ମାରିବୁ। ଗୁଳିର ଜବାବ ଗୁଳିରେ ଦେବୁ। ସିନ୍ଦୂର ହେଉଛି ଆମର ପରମ୍ପରାର ପ୍ରତୀକ, ଏବେ ଏହା ଭାରତର ସାହସିକତାର ପ୍ରତୀକ। ଅପରେଶନ ସିନ୍ଦୂର ହେଉଛି ମହିଳା ଶକ୍ତିର ଶକ୍ତିର ପ୍ରତୀକ।

ସେ ଆହୁରି କହିଛନ୍ତି, ଅପରେଶନ ସିନ୍ଦୂର ଆମର ମହିଳା ଶକ୍ତିର ପ୍ରତୀକ ପାଲଟିଛି। ଆମେ ସମସ୍ତେ ଜାଣୁ ଯେ ଏହି ଅପରେଶନରେ ବିଏସଏଫର ଏକ ବହୁତ ବଡ଼ ଭୂମିକା ରହିଛି। ବିଏସଏଫ ଝିଅମାନେ କଶ୍ମୀରରୁ ଗୁଜରାଟ ପର୍ଯ୍ୟନ୍ତ ଦାୟିତ୍ୱ ନେଉଥିଲେ। ସେମାନେ ସୀମା ପାରରୁ ଗୁଳିଚାଳନା ଉପରେ ଜବାବ ଦେଇଛନ୍ତି। ବିଏସଏଫର ସାହସୀ ଝିଅମାନେ ଆଶ୍ଚର୍ଯ୍ୟଜନକ ସାହସ ଦେଖାଇଛନ୍ତି। ଝିଅମାନଙ୍କର ସାହସକୁ ସାରା ବିଶ୍ୱ ଦେଖୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?