Posted inଜାତୀୟ

ରାଜ୍ୟର ବିଭିନ୍ନ ସ୍ଥାନରେ ହନୁମାନ ମନ୍ଦିର ନିର୍ମାଣ କରିବୁ: ଡି.କେ ଶିବକୁମାର

ବେଙ୍ଗାଲୁରୁ, ୪।୫:କର୍ନାଟକ ବିଧାନସଭା ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବା ବେଳେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ହନୁମାନଙ୍କୁ ନେଇ ରାଜନୀତି ଦେଖିବାକୁ ମିଳିଛି। ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଜାରି ଇସ୍ତାହାରରେ ବଜରଙ୍ଗ ଦଳ ଏବଂ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ(ପିଏପ୍‌ଆଇ) ସଂଗଠନ ଉପରେ ନିଷେଦ୍ଧାଦେଶ ପ୍ରତିଶ୍ରୁତି ପରେ ଦୁଇଦଳ ମଧ୍ୟରେ ବାକ୍‌ଯୁଦ୍ଧ ତୀବ୍ର ହେବାରେ ଲାଗିଛି।
ଏହା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ଯେ, ପ୍ରଭୁ ହନୁମାନଙ୍କୁ ପୂଜା କରୁଥିବା ଲୋକଙ୍କୁ କଂଗ୍ରେସ ତାଲା ପକାଇବାକୁ ପ୍ରୟାସ କରୁଛି। ତେବେ ପ୍ରଧାନମନ୍ତ୍ରୀ ମୋଦି ନିର୍ବାଚନ ରାଲିରେ ହନୁମାନଙ୍କ ନାରା ଲଗାଉଥିବାର ନଜର ଆସିଥିଲେ।
ଏହି ସମୟରେ କର୍ନାଟକ କଂଗ୍ରେସ ସଭାପତି ଡି.କେ ଶିବକୁମାର ଗୁରୁବାର ଚାମୁଣ୍ଡେଶ୍ୱରୀ ମନ୍ଦିର ପରିଦର୍ଶନ କରିବା ବେଳେ କହିଛନ୍ତି ଯେ, କର୍ନାଟକରେ ଆମ ଦଳ କ୍ଷମତାକୁ ଆସିଲେ ରାଜ୍ୟର ବିଭିନ୍ନ ସ୍ଥାନରେ ହନୁମାନ ମନ୍ଦିର ନିର୍ମାଣ ହେବ। ସେ ଆହୁରି କହିଛନ୍ତି ଯେ, ମନ୍ଦିର ନିର୍ମାଣର କାର୍ଯ୍ୟ କିପରି ଚାଲିଛି ତାହା ଦେଖିବା ପାଇଁ ଏକ ସ୍ବତନ୍ତ୍ର କମିଟି ଗଠନ କରାଯିବ। ଏଥିସହ ପ୍ରଭୁ ହନୁମାନଙ୍କ ନୀତିକୁ ରାଜ୍ୟର ସବୁ ଯୁବବର୍ଗଙ୍କ ପାଖରେ ପହଞ୍ଚାଇବାକୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ମଧ୍ୟ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri