Posted inଜାତୀୟ

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର ରାଜ୍ୟର କିସ୍ତଓ୍ବାଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ବିରୋଧୀ ଦଳକୁ ଟାର୍ଗେଟ କରିଥିଲେ।

ଏକ ସାଧାରଣ ସଭାକୁ ସମ୍ବୋଧିତ କରି ଶାହା କନଫରେନ୍ସ ଏବଂ କଂଗ୍ରେସକୁ ସମାଲୋଚନା କରିଛନ୍ତି। ଜମ୍ମୁ କଶ୍ମୀରରେ ସେମାନେ କ୍ଷମତାକୁ ଆସିପାରିବେ ନାହିଁ । ରାଜ୍ୟରେ ଆତଙ୍କବାଦ ବୃଦ୍ଧି ପାଇଁ ପୁଣି ଥରେ ଉଦ୍ୟମ କରାଯାଉଛି କିନ୍ତୁ ଭାଜପା ସରକାର ଏହାକୁ ଭୂମିରେ ପୋତି ଦେବେ।

ଆତଙ୍କବାଦ ପ୍ରସଙ୍ଗରେ ଶାହା କହିଛନ୍ତି, କଂଗ୍ରେସ ଏବଂ ଏହାର ନେତା ରାହୁଲ ଗାନ୍ଧୀ ଜମ୍ମୁ କଶ୍ମୀରକୁ ପୁଣି ଆତଙ୍କବାଦ ଆଡକୁ ଠେଲିବାକୁ ଚାହୁଁଛନ୍ତି। ଯଦି କଂଗ୍ରେସ ଏବଂ ଏନସି ସରକାର ଆସନ୍ତି ତେବେ ଆମେ ଛାଡିବୁ ନାହିଁ। ମୁଁ ଆପଣଙ୍କୁ ପ୍ରତିିଶ୍ରୁତି ଦେଉଛି। ଆତଙ୍କବାଦକୁ ପାତାଳରେ କବର ଦେବୁ। ଆତଙ୍କବାଦକୁ ଏପରି ସ୍ତରରେ ପୋତିଦେବାକୁ ନିଷ୍ପତ୍ତି ନେଇଛୁ ଯେ, ଯେଉଁଠୁ ଏହା ଆଉ ଫେରିପାରିବ ନାହିଁ।

ଏଥର ଜମ୍ମୁ କଶ୍ମୀରରେ ଅବଦୁଲ୍ଲା ସରକାର କିମ୍ବା ରାହୁଲ ଗାନ୍ଧୀଙ୍କ ସରକାର ଗଠନ ହେଉନାହିଁ। ଏଥର ଏଠାରେ ଭାଜପା ନେତୃତ୍ୱାଧୀନ ସରକାର ଗଠନ ହେବ ବୋଲି ଶାହା କହିଛନ୍ତି।

ଜନତାଙ୍କୁ ନିବେଦନ କରି ଶାହା କହିଛନ୍ତି ଭାଜପା ସରକାର ଗଠନ କରିବାରେ ସାହାଯ୍ୟ କର, ଆମେ ଆତଙ୍କବାଦକୁ ମୂଳୋତ୍ପାଟନ କରିବୁ। ଉପତ୍ୟକାରେ ତିନି ପରିବାରର ଶାସନକୁ ସମାପ୍ତ କରି ପ୍ରଧାନମନ୍ତ୍ରୀ ମୋଦି ପଞ୍ଚାୟତ ରାଜକୁ ମଜଭୁତ କରିଛନ୍ତି ଏବଂ ଧାରା ୩୭୦ ବର୍ତ୍ତମାନ ଇତିହାସର ବିଷୟ ହୋଇଛି, ଏହା ଆଉ ଫେରିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri