ପର୍ଯ୍ୟାପ୍ତ ଟିକା ମିଳିଲେ ୩ ମାସରେ ସାରିଦେବୁ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା ହୋଇଛି। ଟେଣ୍ଡର ମାଧ୍ୟମରେ ୩ କୋଟି ୮୨ ଲକ୍ଷ ଡୋଜ୍‌ ଟିକା ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପର୍ଯ୍ୟାପ୍ତ ଟିକା ମିଳିଲେ ୩ ମାସରେ ସମସ୍ତଙ୍କୁ ଟିକାକରଣ ସରିଯିବ ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର। ରାଜ୍ୟରେ ଟିକାକରଣ ନେଇ ସେ କହିଛନ୍ତି, ରାଜ୍ୟରେ ପାଖାପାଖି ୯୮% ସ୍ବାସ୍ଥ୍ୟକର୍ମୀ ଟିକା ଦିଆଯାଇଛି। ରାଜ୍ୟର ୧୦୦ ପ୍ରତିଶତ କରୋନା ଯୋଦ୍ଧା ଟିକା ନେଇଛନ୍ତି। ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ୪୧ ପ୍ରତିଶତ ଟିକାକରଣ ସରିଛି। ଦ୍ୱତୀୟ ଡୋଜ୍‌ ଟିକାର ଅବଧି ବଢ଼ିଥିବାରୁ ଏବେ ସମସ୍ୟା ନାହିଁ। ସମସ୍ତଙ୍କୁ ପ୍ରଥମ ଡୋଜ୍‌ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ୫ଟି ମହାନଗର ନିଗମରେ ୧୮ରୁ ୪୪ ବର୍ଷ ବୟସ ବର୍ଗଙ୍କୁ ଟିକା ଦିଆଯାଉଛି। ୬ଟି ଜିଲା ସଦର ମହକୁମାରେ ମଧ୍ୟ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାଦାନ ହେଉଛି। ସେଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ବରଗଡ଼, ଭବାନୀପାଟଣା, ନବରଙ୍ଗପୁର, କୋରାପୁଟରେ ମଧ୍ୟ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାକରଣ ହେଉଛି। ଟିକା ଯୋଗାଣ ବଢ଼ିଲେ ରାଜ୍ୟର ଅନ୍ୟ ଅଞ୍ଚଳରେ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri