ପୂରା ପିଇବୁ, ପୂରା ଜିଇଁବୁ: ରାଷ୍ଟ୍ରପତି

କେନ୍ଦୁଝର,୨୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ଫେରିଛନ୍ତି। ମୟୂରଭଞ୍ଜ ଜିଲାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ପ୍ରାୟ ୧୦.୩୦ରେ ସଦର ବ୍ଲକ ରାଇସୁଆଁ ଏୟାରଷ୍ଟ୍ରିପ୍‌ରେ ଓହ୍ଲାଇଥିଲେ। ସେଠାରୁ ସଡ଼କପଥରେ ବାଂଶପାଳ ବ୍ଲକ ଗୋନାସିକା ଯାଇ ଜୁଆଙ୍ଗ ଜନଜାତିର ଲୋକଙ୍କ ସହିତ ଆଲୋଚନା କରି ସେମାନଙ୍କ ବିଭିନ୍ନ ସମସ୍ୟା ଶୁଣିବା ସହ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଆଲୋଚନା କରି ତାହାର ସୁବିଧା ନେବାକୁ କହିଥିଲେ। ସେହିପରି ସେମାନଙ୍କ ପାଇଁ ଥିବା ଯୋଜନା ବିଷୟରେ ସଚେତନତା ସୃଷ୍ଟି କରିବା ସହ ସେମାନଙ୍କ ପାଖକୁ ଯାଇ ସହାୟତା କରିବାକୁ ପ୍ରଶାସନିକ ଅଧିକାରୀମାନଙ୍କୁ କହିଥିଲେ। ଉପସ୍ଥିତ ଜୁଆଙ୍ଗ ଜନଜାତି ପୁରୁଷ ମହିଳାଙ୍କୁ ସେମାନଙ୍କ ଶିକ୍ଷା, ନିଯୁକ୍ତି, ବ୍ୟବସାୟ, ରୋଜଗାର, ମାଗଣା ଚାଉଳ, ଘର, ପାନୀୟ ଜଳ ଯୋଗାଣ ସୁବିଧା ବିଷୟରେ ବୁଝିଥିଲେ।

ଉଦ୍‌ବୋଧନ ଦେଇ ସେ କହିଥିଲେ, ସରକାର ଜନଜାତିଙ୍କ ବିକାଶ ପାଇଁ ତିନି ବର୍ଷରେ ୨୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି। ଆଗରୁ ଆମେ କହୁ ଢୋକେ ପିଇ ଦଣ୍ଡେ ଜିଇଁବୁ କିନ୍ତୁ ଆଜି କହୁଛୁ ଆମେ ପୂରା ପିଇବୁ ଓ ପୂରା ଜିଇଁବୁ। ଏଣୁ ସରକାର ସବୁ ସୁବିଧା ଯୋଗାଇ ଦେଉଛନ୍ତି। ସମସ୍ତେ ସ୍ବାସ୍ଥ୍ୟ, ପରିଷ୍କାର, ପରିଚ୍ଛନ୍ନତା, ଜନଧନ ଯୋଜନା, ଚାଷର ଉନ୍ନତି ଆଦି ପାଇଁ ଥିବା ସୁବିଧା ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri