Posted inଜାତୀୟ

‘ନ୍ୟାୟ ପାଇବା ପର୍ଯ୍ୟନ୍ତ ଆମେ ଏଠାରୁ ଉଠିବୁ ନାହିଁ…’ ଦିଲ୍ଲୀରେ ପୁଣି ମହିଳା କୁସ୍ତିଯୋଦ୍ଧାଙ୍କ ବିରୋଧ ପଦର୍ଶନ

ନୂଆଦିଲ୍ଲୀ,୨୩।୪: ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫ୍‌ଆଇ) ମୁଖ୍ୟ ତଥା ନ୍ୟ ପ୍ରଶିକ୍ଷକମାନେ ମହିଳା ରେସଲରଙ୍କୁ ଯୌନ ନିର୍ଯାତନା ଦେଉଥିବା ସାମ୍ନାକୁ ଆସିଛି। ଏହି ଅଭିଯୋଗ ସହ ଘଟଣାକୁ ବିରୋଧ କରୁଥିବା ବରିଷ୍ଠ ଭାରତୀୟ କୁସ୍ତିଯୋଦ୍ଧାମାନେ ପୋଲିସରେ ଏକ ନୂତନ ଅଭିଯୋଗ ଦାଖଲ କରି ଦିଲ୍ଲୀର ଜନ୍ତରମନ୍ତରରେ ବିରୋଧ କରିଛନ୍ତି। ୭ ଜଣ ମହିଳା କୁସ୍ତିଯୋଦ୍ଧା କେନ୍ଦ୍ର ଦିଲ୍ଲୀର କନ୍ନାଟ ପ୍ଲେସ ପୋଲିସ ଷ୍ଟେଶନରେ ଫେଡେରେସନ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଛନ୍ତି।

ରେସଲର ସାକ୍ଷୀ ମଲିକ କହିଛନ୍ତି , ଅଭିଯୋଗ ଆଧାରରେ ଏ ପର୍ଯ୍ୟନ୍ତ ଏଫଆଇଆର ପଞ୍ଜୀକୃତ ହୋଇନାହିଁ। ଏହି ପ୍ରସଙ୍ଗରେ ଏକ ସରକାରୀ ପ୍ୟାନେଲର ରିପୋର୍ଟ ଏ ପର୍ଯ୍ୟନ୍ତ ସାର୍ବଜନୀନ ହୋଇ ନ ଥିବାରୁ ସେ ନିରାଶ ହୋଇଛନ୍ତି। ସେ କହିଛନ୍ତି, ଆମେ ଚାହୁଁଛୁ ଯେଉଁ ରିପୋର୍ଟରେ ମହିଳା ରେସଲରଙ୍କ ବିବୃତ୍ତି ରେକର୍ଡ କରାଯାଇଛି, ତାହା ସାର୍ବଜନୀନ କରାଯାଉ। ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ, ଅଭିଯୋଗକାରୀଙ୍କ ମଧ୍ୟରୁ ଜଣେ ନାବାଳିକା। ତେବେ ଅଭିଯୋଗକାରୀଙ୍କ ନାମ ଲିକ ହେବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। ବ୍ରିଜ ଭୂଷଣ ଗିରଫ ନ ହେବା ପର୍ଯ୍ୟନ୍ତ କେହି ଏଠାରୁ ହଟିବେ ନାହିଁ ବୋଲି ବରିଷ୍ଠ ରେସଲର ବଜରଙ୍ଗ ପୁନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri