Posted inଜାତୀୟ

ଭାଜପା ସହିତ ଲଢିବୁ ନିର୍ବାଚନ: ଶିବସେନା ପ୍ରତିଷ୍ଠା ଦିବସରେ ଶିନ୍ଦେଙ୍କ ଘୋଷଣା

ମୁମ୍ବାଇ,୨୦।୬: ଶିବସେନାର ପ୍ରତିଷ୍ଠା ଦିବସରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ତାଙ୍କ ଦଳ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ଭାଜପା ସହିତ ଲଢିବ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଶିନ୍ଦେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।

ସୋମବାର ଶିବସେନାର ପ୍ରତିଷ୍ଠା ଦିବସ ଥିଲା, ଯାହା ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ଏବଂ ଉଭୟ ଦଳ ଏହି ବିଷୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଆୟୋଜିତ ଏକ କାର୍ଯ୍ୟକ୍ରମରେ ସିଏମ ଶିନ୍ଦେ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରି କହିଛନ୍ତି , ମୁଖ୍ୟମନ୍ତ୍ରୀଙ୍କ ଚେୟାର ପାଇଁ ବାଲ ଠାକରେଙ୍କ ଆଦର୍ଶରେ ଉଦ୍ଧବ ଠାକରେ ଆପୋଷ ବୁଝାମଣା କରିଛନ୍ତି। ଉଦ୍ଧବ ଠାକରେ ଏନସିପି ଏବଂ କଂଗ୍ରେସ ସହ ହାତ ମିଳାଇ ବାଲ ଠାକରେଙ୍କ ବିଚାରାଧାରାକୁ ତ୍ୟାଗ କରିଥିଲେ।

ଶିନ୍ଦେ କହିଛନ୍ତି ଯେ ଆପଣ ଜାଣନ୍ତି କି ଗତ ଅଢେଇ ବର୍ଷ ମଧ୍ୟରେ ସେ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ ସେତେବେଳେ କେତେଜଣ ଦସ୍ତଖତ ସ୍ବାକ୍ଷର କରିଥିଲେ? ମୁଁ ଏହାଠାରୁ ଅନେକ ଗୁଣ ଅଧିକ କରିସାରିଛି।

ଅନ୍ୟପକ୍ଷରେ, ଉଦ୍ଧବ ଠାକରେ କହିଛନ୍ତି ଯେ, କିଛି ଲୋକ ଶିବସେନାର ନାମ ଚୋରି କରିଛନ୍ତି, ଦଳର ପ୍ରତୀକ ଚୋରି କରିଛନ୍ତି, ହେଲେ ଆଜି ମଧ୍ୟ ଉଦ୍ଧବ ଠାକରେଙ୍କ ନାମ ନେବାକୁ ପଡୁଛି। ସେ କହିଛନ୍ତି, ସେହି ଲୋକମାନେ ବାଲାସାହେବଙ୍କ ଫଟୋ ଚୋରି କରିପାରିବେ କିନ୍ତୁ ଲୋକଙ୍କ ହୃଦୟ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri