Posted inଜାତୀୟ

କୃଷକ ଆନ୍ଦୋଳନକୁ ପୂରିଲା ୬ ମାସ: କଳା ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ/ଚଣ୍ଡିଗଡ଼, ୨୬।୫: ବିବାଦୀୟ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀ ସଂଗଠନ ଚଳାଇଥିବା ଆନ୍ଦୋଳନକୁ ବୁଧବାର ୬ ମାସ ପୂରିଛି। ଏହି ଅବସରରେ କୃଷକ ସଂଗଠନ ପକ୍ଷରୁ ଦେଶରେ କଳାଦିବସ ପାଳନ କରାଯାଇଥିଲା। ବିଭିନ୍ନ ସ୍ଥାନରେ ଚାଷୀମାନେ କଳାପତାକା ଧରି ସରକାର ବିରୋଧୀ ସ୍ଲୋଗାନ ଦେବା ସହ କୁଶପୁତ୍ତଳିକା ଦାହ କରିଥିଲେ। ଦିଲ୍ଲୀ ସୀମାର ଗାଜିପୁର ବିକ୍ଷୋଭ ସ୍ଥଳୀରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ଥାଇ ମଧ୍ୟ ଚାଷୀମାନେ କେନ୍ଦ୍ର ସରକାରଙ୍କ କୁଶପୁତ୍ତଳିକା ଦାହ କଲା ବେଳେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ସେହିପରି ସିଙ୍ଘୁ ଓ ଟିକ୍ରି ସୀମାରେ ମଧ୍ୟ ନୂତନ କୃଷି ଆଇନ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ସହ କେନ୍ଦ୍ର ନେତାଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। କୋଭିଡ୍‌ ସ୍ଥିତି ଏବଂ ଲକ୍‌ଡାଉନ ଚାଲିଥିବାରୁ ଚାଷୀମାନଙ୍କୁ ଏକାଠି ନ ହେବା ଲାଗି ଦିଲ୍ଲୀ ପୋଲିସ ବାରଣ କରିବା ସତ୍ତ୍ୱେ ବହୁ ସଂଖ୍ୟାରେ କୃଷକ ସମ୍ମିଳିତ ହୋଇ କଳାଦିବସ ପାଳନ କରିଥିଲେ।
ସେହିପରି ପଞ୍ଜାବ, ହରିୟାଣା ଓ ଉତ୍ତରପ୍ରଦେଶରେ ମଧ୍ୟ ଚାଷୀମାନେ କଳାଦିବସ ପାଳନ କରିଛନ୍ତି। ସେମାନେ ଘର ଉପରେ କଳାପତାକା ଉଡ଼ାଇଥିଲେ। ହରିୟାଣାର ଭିଓ୍ବାନି ଗ୍ରାମରେ ଚାଷୀମାନେ ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାରଙ୍କ କୁଶପୁତ୍ତଳିକା ପୋଡ଼ି ଥିଲେ। କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଗତବର୍ଷ ନଭେମ୍ବର ୨୬ରୁ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି ରହିଛି। ବାରମ୍ବାର ଆଲୋଚନା ସତ୍ତ୍ୱେ କେନ୍ଦ୍ର ସରକାର କୃଷକ ସଂଗଠନଗୁଡ଼ିକର ଦାବିକୁ ଗ୍ରହଣ କରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri