Posted inଜାତୀୟ

୨୦୨୭ରେ ଗୁଜରାଟରେ ସରକାର ଗଢିବୁ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୮।୧୨: ଆମ ଆଦମୀ ପାର୍ଟି ଏକ ଜାତୀୟ ଦଳର ଟ୍ୟାଗ ପାଇବା ପରେ ରବିବାର ଦଳର ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲ ଦିଲ୍ଲୀରେ ଏକ ଜାତୀୟ ସମ୍ମିଳନୀ ଡାକିଛନ୍ତି। ଏହି ସମ୍ମିଳନୀରେ ସେ ଦଳର କର୍ମୀଙ୍କୁ ସମ୍ବୋଧିତ କରି ଦଳର ଦୂରଦୃଷ୍ଟି ବିଷୟରେ କହିଥିଲେ। ସେ କହିଛନ୍ତି, ଭାରତ ଠିକ କରିବା ପାଇଁ ଭଗବାନ ଆମ ଆଦମୀ ପାର୍ଟିକୁ ବାଛିଛନ୍ତି। ଏଏପି ସରକାର ଗତ ୫ ରୁ ୭ ବର୍ଷ ମଧ୍ୟରେ ଦିଲ୍ଲୀର ୧୨.୩୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେଇଛନ୍ତି। ଅନ୍ୟପକ୍ଷରେ ପଞ୍ଜାବର ୨୧ ହଜାର ଲୋକଙ୍କୁ ସରକାରୀ ଚାକିରି ଦେଇଛନ୍ତି। ଆଗାମୀ ୫ ରୁ ୧୦ ବର୍ଷ ମଧ୍ୟରେ ଆମ ଦେଶ ଯେଉଁଠାରେ ରହିବା ଉଚିତ, ଆମେ ଏହା ବିଷୟରେ ଚିନ୍ତା କରୁଛୁ। ଆମ ଆଦମୀ ପାର୍ଟି ଏହି ଦେଶର ଦୂରଦୃଷ୍ଟି ପୂରଣ ପାଇଁ କାର୍ଯ୍ୟ କରିବ। ଆମେ ଏପରି ଏକ ଦେଶ ଚାହୁଁ, ଯେଉଁଠାରେ ସମସ୍ତ ଜାତି ଏବଂ ଧର୍ମର ଲୋକଙ୍କ ମଧ୍ୟରେ ପ୍ରେମ ଏବଂ ସ୍ନେହ ମନୋଭାବ ସୃଷ୍ଟି ହେଉ। ଯଦି ଲୋକମାନେ ଗୋଟିଏ ଦେଶରେ ଏକାଠି କାମ ନକରନ୍ତି ତେବେ ଦେଶ କଦାପି ଅଗ୍ରଗତି କରିପାରିବ ନାହିଁ।
ସେହିପରି ନିକଟରେ ଶେଷ ହୋଇଥିବା ଗୁଜରାଟ ନିର୍ବାଚନକୁ ନେଇ କେଜ୍‌ରିଓ୍ବାଲ ନିଜ ମତ ରଖିଛନ୍ତି। ଏଏପି ଗୁଜରାଟରେ ନିଜ ଗଡ ଆହୁରି ମଜଭୁତ କରିବାକୁ ଚେଷ୍ଟା କରିବ ଏବଂ ୨୦୨୭ରେ ଦଳ ରାଜ୍ୟରେ ସରକାର ଗଢିବ ବୋଲି ସେ ଦୃଢ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri