କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ ଦୃଢ଼ ଓ କଡ଼ା ଜବାବ ଦେବାକୁ ଚେତାବନୀ ଦେଇଛି। ଆମେରିକାର ଏହି ନୂତନ ଏବଂ କଠୋର ଆର୍ଥିକ କାର୍ଯ୍ୟାନୁଷ୍ଠାନ ବିରୋଧରେ ଇରାନର ସଶସ୍ତ୍ର ବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ଦେଶର ସାମରିକ ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଅର୍ଥମନ୍ତ୍ରୀ ସ୍କଟ ବେସଣ୍ଟଙ୍କ ଦ୍ୱାରା ଘୋଷିତ ଏହି ନୂତନ ଆର୍ଥିକ ଅଭିଯାନ ଅଧୀନରେ ଯେଉଁ ଦେଶଗୁଡ଼ିକ ଇରାନକୁ ସହାୟତା ପ୍ରଦାନ କରିବେ, ସେମାନଙ୍କୁ ମଧ୍ୟ ଗମ୍ଭୀର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଚେତାବନୀ ଦିଆଯାଇଛି। ଏହାକୁ ଏକ ଆର୍ଥିକ -ଡି-ଡେ ଏବଂ ଅଭୂତପୂର୍ବ ଆର୍ଥିକ ଯୁଦ୍ଧ ଭାବେ ଅଭିହିତ କରାଯାଇଛି, ଯାହାକି ଅନ୍ତର୍ଜାତୀୟ ବାଣିଜ୍ୟ ଏବଂ ଶକ୍ତି ବଜାରରେ ଏକ ବଡ଼ଧରଣର ଅସ୍ଥିରତା ସୃଷ୍ଟି କରିଛି।
ଇରାନ ସଶସ୍ତ୍ର ବାହିନୀର ମୁଖ୍ୟାଳୟ ପକ୍ଷରୁ କୁହାଯାଇଛି ଶତ୍ରୁପକ୍ଷର ଯେକୌଣସି ନୂତନ ଧମକର ମୁକାବିଲା କରିବା ପାଇଁ ସ୍ଥଳଭାଗ, ଜଳପଥ, ବାୟୁସେନା ଏବଂ ସାଇବର କ୍ଷେତ୍ରରେ ଇରାନ ସମ୍ପୂରର୍‌ଣ ପ୍ରସ୍ତୁତ ରହିଛି। ଦେଶର ସାର୍ବଭୌମତ୍ୱ ଏବଂ ସ୍ବାଧୀନତା ରକ୍ଷା କରିବା ଦିଗରେ ଏହି କଟକଣାଗୁଡ଼ିକ କୌଣସି ପ୍ରତିବନ୍ଧକ ସୃଷ୍ଟି କରିବାରିବ ନାହିଁ ବୋଲି ଇରାନର ବୈଦେଶିକ ମନ୍ତ୍ରଣାଳୟ ଦୃଢ଼ୋନ୍ତି ପ୍ରକାଶ କରିଛି।
ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫ୍‌ ମତ ପ୍ରକାଶ କରିଛନ୍ତି ଯେ ଆମେରିକା ସିଧାସଳଖ ସାମରିକ ମୁକାବିଲାରେ ବିଫଳ ହୋଇ ଏବେ ଆର୍ଥିକ ଓଜ୍ଞାନକୌଶଳ ଯୁଦ୍ଧର ଆଶ୍ରୟ ନେଉଛି। ପଡ଼ୋଶୀ ଦେଶଗ୍ରାମର ସହଯୋଗ ଏବଂ ଆଭ୍ୟନ୍ତରୀଣ ଯୋଜନା ମାଧ୍ୟମରେ ଏହି ଅନ୍ୟାୟ କଟକଣାଗୁଡ଼ିକର ମୁକାବିଲା କରାଯିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ବିଗତ ପାଞ୍ଚ ଦଶନ୍ଧି ଧରି କ୍ରମାଗତ ଭାବରେ ଆମେରିକାର କଟକଣା ଏବଂ ଚାପକୁ ସହ୍ୟ କରିଆସୁଥିବା ଇରାନ, ଏହି ନୂତନ ଚାପ ଆଗରେ ମୁଣ୍ଡ ନୁଆଁଇବ ନାହିଁ ବୋଲି ସ୍ପଷ୍ଟ କରିଛି। ବିଶ୍ୱର ପ୍ରମୁଖ ବଜାର ଏବଂ ପେଟ୍ରୋଲିୟମ ରପ୍ତାନୀ ଉପରେ ଏହାର ଗଭୀର ପ୍ରଭାବ ପଢ଼ୁଥିବା ବେଳେ, କୂଟନୈତିକ ସ୍ତରରେ ଏହି ସଙ୍କଟର ସମାଧାନ ପାଇଁ ବିଭିନ୍ନ ମହଲରୁ ମତପ୍ରକାଶ ପାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri