କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ ଦୃଢ଼ ଓ କଡ଼ା ଜବାବ ଦେବାକୁ ଚେତାବନୀ ଦେଇଛି। ଆମେରିକାର ଏହି ନୂତନ ଏବଂ କଠୋର ଆର୍ଥିକ କାର୍ଯ୍ୟାନୁଷ୍ଠାନ ବିରୋଧରେ ଇରାନର ସଶସ୍ତ୍ର ବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ଦେଶର ସାମରିକ ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଅର୍ଥମନ୍ତ୍ରୀ ସ୍କଟ ବେସଣ୍ଟଙ୍କ ଦ୍ୱାରା ଘୋଷିତ ଏହି ନୂତନ ଆର୍ଥିକ ଅଭିଯାନ ଅଧୀନରେ ଯେଉଁ ଦେଶଗୁଡ଼ିକ ଇରାନକୁ ସହାୟତା ପ୍ରଦାନ କରିବେ, ସେମାନଙ୍କୁ ମଧ୍ୟ ଗମ୍ଭୀର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଚେତାବନୀ ଦିଆଯାଇଛି। ଏହାକୁ ଏକ ଆର୍ଥିକ -ଡି-ଡେ ଏବଂ ଅଭୂତପୂର୍ବ ଆର୍ଥିକ ଯୁଦ୍ଧ ଭାବେ ଅଭିହିତ କରାଯାଇଛି, ଯାହାକି ଅନ୍ତର୍ଜାତୀୟ ବାଣିଜ୍ୟ ଏବଂ ଶକ୍ତି ବଜାରରେ ଏକ ବଡ଼ଧରଣର ଅସ୍ଥିରତା ସୃଷ୍ଟି କରିଛି।
ଇରାନ ସଶସ୍ତ୍ର ବାହିନୀର ମୁଖ୍ୟାଳୟ ପକ୍ଷରୁ କୁହାଯାଇଛି ଶତ୍ରୁପକ୍ଷର ଯେକୌଣସି ନୂତନ ଧମକର ମୁକାବିଲା କରିବା ପାଇଁ ସ୍ଥଳଭାଗ, ଜଳପଥ, ବାୟୁସେନା ଏବଂ ସାଇବର କ୍ଷେତ୍ରରେ ଇରାନ ସମ୍ପୂରର୍‌ଣ ପ୍ରସ୍ତୁତ ରହିଛି। ଦେଶର ସାର୍ବଭୌମତ୍ୱ ଏବଂ ସ୍ବାଧୀନତା ରକ୍ଷା କରିବା ଦିଗରେ ଏହି କଟକଣାଗୁଡ଼ିକ କୌଣସି ପ୍ରତିବନ୍ଧକ ସୃଷ୍ଟି କରିବାରିବ ନାହିଁ ବୋଲି ଇରାନର ବୈଦେଶିକ ମନ୍ତ୍ରଣାଳୟ ଦୃଢ଼ୋନ୍ତି ପ୍ରକାଶ କରିଛି।
ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫ୍‌ ମତ ପ୍ରକାଶ କରିଛନ୍ତି ଯେ ଆମେରିକା ସିଧାସଳଖ ସାମରିକ ମୁକାବିଲାରେ ବିଫଳ ହୋଇ ଏବେ ଆର୍ଥିକ ଓଜ୍ଞାନକୌଶଳ ଯୁଦ୍ଧର ଆଶ୍ରୟ ନେଉଛି। ପଡ଼ୋଶୀ ଦେଶଗ୍ରାମର ସହଯୋଗ ଏବଂ ଆଭ୍ୟନ୍ତରୀଣ ଯୋଜନା ମାଧ୍ୟମରେ ଏହି ଅନ୍ୟାୟ କଟକଣାଗୁଡ଼ିକର ମୁକାବିଲା କରାଯିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ବିଗତ ପାଞ୍ଚ ଦଶନ୍ଧି ଧରି କ୍ରମାଗତ ଭାବରେ ଆମେରିକାର କଟକଣା ଏବଂ ଚାପକୁ ସହ୍ୟ କରିଆସୁଥିବା ଇରାନ, ଏହି ନୂତନ ଚାପ ଆଗରେ ମୁଣ୍ଡ ନୁଆଁଇବ ନାହିଁ ବୋଲି ସ୍ପଷ୍ଟ କରିଛି। ବିଶ୍ୱର ପ୍ରମୁଖ ବଜାର ଏବଂ ପେଟ୍ରୋଲିୟମ ରପ୍ତାନୀ ଉପରେ ଏହାର ଗଭୀର ପ୍ରଭାବ ପଢ଼ୁଥିବା ବେଳେ, କୂଟନୈତିକ ସ୍ତରରେ ଏହି ସଙ୍କଟର ସମାଧାନ ପାଇଁ ବିଭିନ୍ନ ମହଲରୁ ମତପ୍ରକାଶ ପାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?