Posted inଜାତୀୟ

ଆଦାନୀ ମାମଲାରେ ଆମେ ଦେବୁ ପ୍ରମାଣ: ସଞ୍ଜୟ ରାଉତ…

ମୁମ୍ବାଇ,୧୫।୩ : ଆଦାନୀ ପ୍ରସଙ୍ଗରେ ବିରୋଧୀ ଦଳ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି। ବୁଧବାର ୧୮ ବିରୋଧୀ ଦଳର ନେତାମାନେ ଏହି ପ୍ରସଙ୍ଗରେ ଆଲୋଚନା କରିଆଗକୁ ରଣନୀତି ପ୍ରସ୍ତୁତ କରିବେ। ବିରୋଧୀ ଦଳର ସମସ୍ତ ଏମ୍‌ପିଙ୍କ ଦ୍ୱାରା ଏକ ପ୍ରସ୍ତାବ ପ୍ରସ୍ତୁତ ହୋଇ ଦସ୍ତଖତ କରାଯିବ। ବିରୋଧୀ ଦଳ ମଧ୍ୟ ଇଡି କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ବିରୋଧ ପ୍ରଦର୍ଶନ ରାଲି କରିପାରନ୍ତି। ବିରୋଧୀ ଦଳର ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ଦିଲ୍ଲୀର ବିଜୟ ଚୌକ ଅଞ୍ଚଳରେ ଅଧିକ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଅନ୍ୟପକ୍ଷରେ ଉଦ୍ଧବ ବାଲାସାହେବ ଠାକରେ ଦଳର ନେତା ସଞ୍ଜୟ ରାଉତ କହିଛନ୍ତି ଯେ ଭାଜପା ସରକାର ବିରୋଧୀଙ୍କୁ ଟାର୍ଗେଟ କରୁଛନ୍ତି। ଯେପରି ସେମାନେ ନିଜେ ପରିଷ୍କାର ଏବଂ ଦୁର୍ନୀତି ମୁକ୍ତ ଅଟନ୍ତି। ସରକାରଙ୍କୁ ପ୍ରଶ୍ନ କରୁଥିବା ବ୍ୟକ୍ତିଙ୍କୁ ଟାର୍ଗେଟ କରାଯାଉଛି। ନକଲି ମାମଲାରେ ବିରୋଧୀ ଦଳର ନେତାଙ୍କୁ ଜେଲ ପଠାଯାଉଛି। ଏତେ ବଡ ଦୁର୍ନୀତି ସହ ଜଡିତ ଗୌତମ ଆଦାନୀଙ୍କୁ ମଧ୍ୟ ସମନ ଜାରି କରାଯାଇ ନାହିଁ। ଆମେ ବିରୋଧୀ ଦଳମାନେ ଏକଜୁଟ ହୋଇ ଏହାର ପ୍ରମାଣ ଉପସ୍ଥାପନ କରିବୁ ଏବଂ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ ବୋଲି ସରକାରଙ୍କୁ ପଚାରିବୁ।

କଂଗ୍ରେସ ସମେତ ବିରୋଧୀ ଦଳମାନେ ଆଦାନୀ ମାମଲାର ତଦନ୍ତ ପାଇଁ ଜେପିସି ଦାବି କରୁଛନ୍ତି। ବର୍ତ୍ତମାନର ବଜେଟ ଅଧିବେଶନରେ ବିରୋଧୀ ଦଳ ଆଦାନୀ ପ୍ରସଙ୍ଗରେ ସ୍ବର ଉତ୍ତୋଳନ କରିଛନ୍ତି। ଏଥି ସହ ଶାସକ ଦଳ ଲଣ୍ଡନରେ ଦେଇଥିବା ବିବୃତ୍ତି ପାଇଁ ରାହୁଲ ଗାନ୍ଧୀଙ୍କଠାରୁ କ୍ଷମା ମାଗିବାକୁ ଦାବି କରୁଛନ୍ତି। ଯେଉଁ କାରଣରୁ ସଂସଦ କାର୍ଯ୍ୟ ଅଚଳ ହୋଇ ଯାଇଛି। କଂଗ୍ରେସ ଆଦାନୀ ମାମଲାକୁ ନେଇ ସକ୍ରିୟ ଭାବେ ଶାସକ ଦଳକୁ ବିରୋଧ କରୁଛି। ଏହି ପ୍ରସଙ୍ଗରେ କଂଗ୍ରେସ ସରକାରଙ୍କୁ ଘେରିବାକୁ ଚେଷ୍ଟା କରୁଛି ଏବଂ ସାରା ଦେଶରେ ପ୍ରଦର୍ଶନ କରାଯାଉଛି। ବିଭିନ୍ନ ରାଜ୍ୟରେ କଂଗ୍ରେସ କମିଟି ଆଦାନୀ ମାମଲାରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ଏଥି ସହିତ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଲଗାତାର ଗୃହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ୧୩ ଲୋକ ସଭା ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri