‘ଏଥର କ୍ଷମା ନାହିଁ: ଖୋଜିବୁ, ଦଣ୍ଡ ଦେବୁ’

ଓ୍ବାଶିଟନ୍‌,୨୭।୮: କାବୁଲର ବିମାନବନ୍ଦରରେ ଆଇଏସଆଇଏସ ଦ୍ୱାରା ହୋଇଥିବା ଆତ୍ମଘାତୀ ଆକ୍ରମଣ ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ବାଇଡେନ କହିଛନ୍ତି, ‘ଆମେ କ୍ଷମା କରିବୁ ନାହିଁ। ଆମେ ଭୁଲି ପାରିବୁ ନାହିଁ। ଆମେ ଖୋଜିକି (ଆତଙ୍କବାଦୀ) ପାଇବୁ ଏବଂ କରିଥିବା ନୃଶଂସ କାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡ ଦେବୁ। ହ୍ବାଇଟ ହାଉସରୁ ଆମେରିକାର ରାଷ୍ଟ୍ରପତି କହିଛନ୍ତି ଯେ, ଆମେ ଆମେରିକୀୟ ନାଗରିକମାନଙ୍କୁ ଆଫଗାନିସ୍ତାନରୁ ରକ୍ଷା କରିବୁ। ଆମେ ଆମର ଆଫଗାନିସ୍ତାନ ସହଯୋଗୀମାନଙ୍କୁ ବାହାର କରିବୁ ଏବଂ ଆମର ମିଶନ ଜାରି ରହିବ। କାବୁଲ ବିମାନବନ୍ଦରରେ ହୋଇଥିବା ଆକ୍ରମଣରେ ତାଲିବାନ ଏବଂ ଇସଲାମିକ ଷ୍ଟେଟ ମଧ୍ୟରେ ସମ୍ପୃକ୍ତ ହେବାର କୌଣସି ପ୍ରମାଣ ନାହିଁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଆଫଗାନିସ୍ତାନର କାବୁଲ ବିମାନବନ୍ଦର ବାହାରେ ଦୁଇଟି ଆତ୍ମଘାତୀ ଆକ୍ରମଣରେ ୭୨ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଆତଙ୍କବାଦୀ ଆକ୍ରମଣରେ ୧୩ ଜଣ ଆମେରିକୀୟ ସୈନ୍ୟଙ୍କର ମୃତ୍ୟୁ ଘଟିଛି ଏବଂ ୧୮ ଜଣ ଆହତ ହୋଇଛନ୍ତି। ଏହି ବିସ୍ଫୋରଣରେ ମୋଟ ୧୪୩ ଜଣ ଆହତ ହୋଇଛନ୍ତି। ଏହି ବୋମା ବିସ୍ଫୋରଣ ପଛରେ ଆତଙ୍କବାଦୀ ସଂଗଠନ ଆଇଏସ (ଇସଲାମିକ ଷ୍ଟେଟ)ର ହାତ ଥିବା ସାମ୍ନାକୁ ଆସୁଥିଲା ଏବଂ ବିଳମ୍ବିତ ରାତିରେ ସେ ଏହା ସ୍ବୀକାର ମଧ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?