Posted inଜାତୀୟ

କ୍ଷମତାକୁ ଆସିଲେ ପୁରୁଣା ପେନ୍‌ସନ ଯୋଜନା ଲାଗୁ କରିବୁ: ପ୍ରିୟଙ୍କା

ସିମଲା,୧୫।୧୦(ପି.ଟି.): ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଫେରିଲେ ସରକାରୀ କର୍ମଚାରୀମାନଙ୍କ ପାଇଁ ପୁରୁଣା ପେନ୍‌ସନ ଯୋଜନା ଲାଗୁ ହେବ ବୋଲି ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ସୋଲାନ ଜିଲାର ଥୋଡୋ ମଇଦାନରେ ‘ପରିବର୍ତ୍ତନ ପ୍ରତିଜ୍ଞା ରାଲି’କୁ ସମ୍ବୋଧନ କରି ଏଆଇସିସି ସାଧାରଣ ସମ୍ପାଦିକା ଏହା କହିଛନ୍ତି। କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ପୁରୁଣା ପେନ୍‌ସନ ଯୋଜନାକୁ ଉଚ୍ଛେଦ କରିଥିଲା। ଏହାକୁ ଫେରାଇ ଆଣିବା ଦାବିରେ ରାଜ୍ୟର ୨ ଲକ୍ଷ କର୍ମଚାରୀ ଦୁଇମାସ ଯାଏ ଧାରଣାରେ ବସିଥିଲେ। ଉକ୍ତ ପେନ୍‌ସନ ଯୋଜନା ସହ ଏକ ଲକ୍ଷ ନିଯୁକ୍ତି ସୃଷ୍ଟି ନିମନ୍ତେ କଂଗ୍ରେସ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ପ୍ରିୟଙ୍କା କହିଛନ୍ତି। ହିମାଚଳପ୍ରଦେଶରେ ୬୩,୦୦୦ ପଦବୀ ଖାଲି ପଡ଼ିଥିବାବେଳେ ବେରୋଜଗାରୀଙ୍କୁ ନିଯୁକ୍ତି ଦିଆଯାଉ ନାହିଁ। ୫ବର୍ଷ ମଧ୍ୟରେ କଂଗ୍ରେସ ସରକାର ୫ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବା ସହ ମହିଳାମାନଙ୍କ ଜୀବନ ଧାରଣ ମାନ ବୃଦ୍ଧି ଲାଗି ସେମାନଙ୍କୁ ମାସିକ ୧,୫୦୦ ଟଙ୍କା ଭତ୍ତା ଦିଆଯିବ ବୋଲି ପ୍ରିୟଙ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri