Posted inଜାତୀୟ

ସମ୍ପର୍କକୁ ହିମାଳୟ ଉଚ୍ଚତାକୁ ନେବା ଲାଗି ପ୍ରୟାସ କରିବୁ: ମୋଦି

ନୂଆଦିଲ୍ଲୀ, ୨ା୬: ଭାରତ ଓ ନେପାଳ ମଧ୍ୟରେ ରହିଥିବା ସୀମା ପ୍ରସଙ୍ଗ ସମେତ ସବୁ ବିଷୟର ସମାଧାନ କରି ଦ୍ୱିପାକ୍ଷିକ ସମ୍ପର୍କକୁ ହିମାଳୟ ଉଚ୍ଚତାକୁ ନେଇଯିବା ଲାଗି ଉଭୟ ଦେଶ ପ୍ରୟାସ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କହିଛନ୍ତି। ନୂଆଦିଲ୍ଲୀ ଗସ୍ତରେ ଆସିଥିବା ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦି ଏହା କହିଥିଲେ। ଭବିଷ୍ୟତରେ ସମ୍ପର୍କକୁ ଅସାଧାରଣ ସଫଳତା ଦେବା ଲାଗି ଉଭୟ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଆଲୋଚନା ପରେ ମୋଦି ଓ ପ୍ରଚଣ୍ଡ କେତେକ ଭିତ୍ତିଭୂମି ପ୍ରକଳ୍ପକୁ ମିଳିତ ଭାବେ ଶୁଭାରମ୍ଭ କରିଥିଲେ। ବାଣିଜ୍ୟ, ଶକ୍ତି ସମେତ ବିଭିନ୍ନ କ୍ଷେତ୍ରରେ ସହଯୋଗ ବଢ଼ାଇବା ପାଇଁ ଦୁଇ ଦେଶ ମଧ୍ୟରେ ୭ ରାଜିନାମା ସ୍ବାକ୍ଷରିତ ହୋଇଛି।
ଭାରତର ରୁପାଇଡିହା ଏବଂ ନେପାଳର ନେପାଲଗଞ୍ଜଠାରେ ସମନ୍ବିତ ଚେକ୍‌ପୋଷ୍ଟକୁ ଦୁଇ ନେତା ଭର୍ଚୁଆଲ ଉଦ୍‌ଘାଟନ କରିଥିଲେ। ବିହାରର ବାଥନାହାରୁ ନେପାଳର କଷ୍ଟମ ୟାର୍ଡକୁ ଏକ ମାଲ୍‌ବାହୀ ଟ୍ରେନ୍‌ର ଚଳାଚଳକୁ ଶୁଭାରମ୍ଭ କରାଯାଇଛି। ଦୁଇ ଦେଶ ମଧ୍ୟରେ ସାଂସ୍କୃତିକ ସମ୍ପର୍କ ବଢ଼ାଇବା ଲାଗି ରାମାୟଣ ସର୍କିଟ ପ୍ରକଳ୍ପକୁ ତ୍ୱରାନ୍ବିତ କରିବା ଲାଗି ଦୁଇ ପ୍ରଧାନମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri