Posted inଜାତୀୟ

ଦେଶରେ ଘୃଣା ସୃଷ୍ଟି ହେବାକୁ ଦେବୁ ନାହିଁ: ସୁରଜେୱାଲା

ନୂଆଦିଲ୍ଲୀ,୨୯।୧: ‘ଭାରତ ଯୋଡୋ ଯାତ୍ରା’ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗରର ଲାଲ ଚୌକରେ ତ୍ରିରଙ୍ଗା ଉଡାଇଛନ୍ତି। ରାହୁଲ ତ୍ରିରଙ୍ଗା ଉଡାଇବା ପରେ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପାକୁ ମଧ୍ୟ ଟାର୍ଗେଟ କରିଛି। କଂଗ୍ରେସର ବରିଷ୍ଠ ନେତା ରଣଦୀପ ସିଂ ସୁରଜେୱାଲା କହିଛନ୍ତି, ଆଜି ଦେଶରେ ଘୃଣା ଓ ଭୟର ବାତାବରଣ ସୃଷ୍ଟି ହୋଇଛି। ଏଥିପାଇଁ ସେ ମୋଦି ସରକାର ଦାୟୀ। ଲାଲଚୌକଠାରୁ ତ୍ରିରଙ୍ଗା ଉତ୍ତୋଳନ କରି ଆମେ ଦେଖାଇଛୁ ଯେ ଘୃଣା, ବିଭାଜନ କାମ କରିବ ନାହିଁ। ଏହି ଦେଶରେ କେବଳ ପ୍ରେମ ଏବଂ ଭାଇଚାରା କାମ କରିବ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ମନର ଚୋରକୁ ଦେଖିନେବା ଉଚିତ୍‌। ତେବେ ସେ ଜାଣିବେ କିଏ ଦେଶରେ ଘୃଣା ସୃଷ୍ଟି କରୁଛି ଏବଂ କିଏ ଦେଶ ବିଭାଜନ କରୁଛି।

ଉଲ୍ଲେଖନୀୟ କଥା ହେଉଛି, ଲାଲ ଚୌକ ପରେ କଂଗ୍ରେସର ଭାରତ ଯୋଡୋ ଯାତ୍ରା ସହରର ନେହେରୁ ପାର୍କ ଆଡ଼କୁ ଗତି କରିଛି। ଏଠାରେ ଜାନୁଆରୀ ୩୦ରେ ୪,୦୮୦ କିଲୋମିଟର ଲମ୍ବା ପଦଯାତ୍ରା ଶେଷ ହେବ। ଏହି ଯାତ୍ରା ତାମିଲନାଡୁର କନ୍ୟାକୁମାରୀରୁ ସେପ୍ଟେମ୍ବର ୭ରେ ଆରମ୍ଭ ହୋଇ ଦେଶର ୭୫ଟି ଜିଲା ଦେଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri