Posted inଜାତୀୟ

ଆମେ ମୁଣ୍ଡ ନୁଆଁଇବୁ ନାହିଁ: ଧନକରଙ୍କୁ ଖୋଲାଖୋଲି ଶୁଣାଇଦେଲେ ଖାର୍ଗେ

ନୂଆଦିଲ୍ଲୀ,୧୨।୧୨: ସଂସଦର ଶୀତକାଳୀନ ଅଧିବେଶନରେ ଉତ୍ତେଜନା ମଧ୍ୟରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ର ସର୍ବଦା ଦୁଇଟି ଚକ ଉପରେ ଚାଲିଥାଏ। ଗୋଟିଏ ଚକ ଶାସକ ଦଳ ଏବଂ ଅନ୍ୟଟି ହେଉଛି ବିରୋଧୀ ଦଳ। ଉଭୟ ଆବଶ୍ୟକ। ଅଧିବେଶନ ସମୟରେ ହିଁ ଦେଶ ସାଂସଦଙ୍କ ମତାମତ ଶୁଣେ।
ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟରେ ଖାର୍ଗେ କହିଛନ୍ତି, ୧୬ ମେ, ୧୯୫୨ରେ, ଅଧ୍ୟକ୍ଷ ଭାବରେ ରାଜ୍ୟ ସଭାର ପ୍ରଥମ ଚେୟାରମ୍ୟାନ ଡକ୍ଟର ରାଧାକ୍ରିଷ୍ଣନ ଏମ୍‌ପିମାନଙ୍କୁ କହିଥିଲେ ଯେ, ମୁଁ କୌଣସି ଦଳର ନୁହେଁ ଏବଂ ଏହାର ଅର୍ଥ ହେଉଛି ଯେ ମୁଁ ଗୃହର ପ୍ରତ୍ୟେକ ଦଳର ଅଟେ। ନିରପେକ୍ଷତାର ଏହି ପରମ୍ପରା ଆପଣଙ୍କ କାର୍ଯ୍ୟକାଳ ମଧ୍ୟରେ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା (ଚେୟାରମ୍ୟାନ ଜଗଦୀପ ଧନଖର)। ଆଜି ବିରୋଧୀଙ୍କ ସ୍ବରକୁ ଅଟକାଇବା ବର୍ତ୍ତମାନ ରାଜ୍ୟ ସଭାରେ ସଂସଦୀୟ ପଦ୍ଧତିର ନିୟମ ପାଲଟିଛି।

କଂଗ୍ରେସ ସଭାପତି ଅଭିଯୋଗ କରିଛନ୍ତି, ସଂସଦର ଶୋଭା ଏବଂ ନୈତିକତା ଭିତ୍ତିକ ପରମ୍ପରାର ଉଲ୍ଲଂଘନ ବର୍ତ୍ତମାନ ରାଜ୍ୟ ସଭାରେ ଏକ ନିତିଦିନିଆ ହୋଇଯାଇଛି। ଗଣତନ୍ତ୍ରକୁ ଭାଙ୍ଗିବା ଏବଂ ସତ୍ୟକୁ ପରାସ୍ତ କରିବା ପାଇଁ ଉଦ୍ୟମ ଜାରି ରହିଛି। ସମ୍ବିଧାନର ସୈନିକ ଏବଂ ରକ୍ଷକ ଭାବରେ ଆମର ନିଷ୍ଠା ଅଧିକ ଶକ୍ତିଶାଳୀ ହୋଇଯାଇଛି। ଆମେ ମୁଣ୍ଡ ନୁଆଁଇବୁ ନାହିଁ, ଅଟକିବୁ ନାହିଁ, ସମ୍ବିଧାନ, ସଂସଦର ସମ୍ମାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ପ୍ରତ୍ୟେକ ବଳିଦାନ ଦେବାକୁ ପ୍ରସ୍ତୁତ ରହିବୁ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍ରିୱାଲଙ୍କୁ ହତ୍ୟା ଧମକ: ଲରେନ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ୭ କୋଟି ଟଙ୍କା ଦାବି

ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…

ଘରେ ଭୟଙ୍କର ବିସ୍ଫୋରଣ, ୩ ଗୁରୁତର, କାରଣ ଖୋଜୁଛି ବମ୍‌ ସ୍କ୍ବାଡ

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…

ପରଷ୍ପରଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?