‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ ଭୁବନେଶ୍ୱର ଆସନରୁ ଅପରାଜିତା ଟିକେଟ ପାଇବା ପରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯାଇଥିଲେ। ସେଠାରେ ଲିଙ୍ଗରାଜ ମନ୍ଦିର ସେବାୟତ ତାଙ୍କୁ ବିରୋଧ କରିଥିଲେ। ଲିଙ୍ଗରାଜ ମନ୍ଦିର ପାଇଁ କ’ଣ କରିଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଏପରିକି ସେବାୟତଙ୍କ ଉନ୍ନତି ପାଇଁ ଉଦ୍ଦିଷ୍ଟ ଆଇନକୁ କାହିଁକି ସେ ବିରୋଧ କରୁଛନ୍ତି ବୋଲି କେତେଜଣ ସେବାୟତ ଗଣମାଧ୍ୟମ ଆଗରେ କହିଥିଲେ।
ସେପଟେ ବେଗୁନିଆ ନିର୍ବାଚନମଣ୍ଡଳୀର ଭାଜପାର ଏକ ଗୋଷ୍ଠୀ କ୍ରମାଗତଭାବେ ଅପରାଜିତାଙ୍କୁ ବିରୋଧ କରିଆସୁଛନ୍ତି। ଗତ ବୁଧବାର ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମା’ବରମୂଳେଇ ପୀଠଠାରେ ବେଗୁନିଆ ଓ ବୋଲଗଡ଼ ବ୍ଲକ ପୁରୁଣା କର୍ମୀ ଏକାଠି ହୋଇଥିଲେ। ଅପରାଜିତା ହଟାଅ, ଭାଜପା ବଞ୍ଚାଅ ବୋଲି ନାରା ଦେଇଥିଲେ। ସଞ୍ଜୟ ଛୁଆଳସିଂଙ୍କ ସଭାପତିତ୍ୱରେ ଧ୍ରୁବଚରଣ ବାହିନୀପତି, ଗୌର ଚରଣ ପ୍ରହରାଜ, ରମେଶ ଚନ୍ଦ୍ର ସାମନ୍ତରାୟ, ହେମନ୍ତ ମାନସିଂ, ନରସିଂହ ସୁନ୍ଦରାୟ, ବିଦ୍ୟାଧର ରାଉତରାୟ, ସନ୍ତୋଷ ବେହେରା, ପ୍ରମୋଦ ରାଉତରାୟ, ଭଗବାନ ପ୍ରଧାନ, ସୁବାସ ସେଠୀ, ଶିବାନନ୍ଦ ମହାନ୍ତଙ୍କ ସମେତ ଏକାଧିକ କର୍ମୀ ଏକାଠି ହୋଇ ଅପରାଜିତାଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀଭାବେ ନିର୍ବାଚିତ କରିବା ପାଇଁ ମା’ଙ୍କ ନିକଟରେ ସଙ୍କଳ୍ପ ନେଇଥିଲେ। ଅପରାଜିତାଙ୍କ ଦଳ ବିରୋଧୀ, ଏକଚ୍ଛତ୍ରବାଦ, କର୍ମୀ ବିରୋଧୀ ଅପରାଜିତାଙ୍କୁ ହଟାଅ, ଭାଜପା ବଞ୍ଚାଅ ବୋଲି ଆହ୍ବାନ ଦେଇଛନ୍ତି। ଅପରାଜିତାଙ୍କ ବିରୋଧରେ ବେଗୁନିଆ ଓ ବୋଲଗଡ ବ୍ଲକର ସମସ୍ତ ପଞ୍ଚାୟତର ପ୍ରତି ଘରକୁ ବୁଲି ପ୍ରଚାର କରାଯିବ। ନୋଟାରେ ଭୋଟ ଦେବୁ ପଛେ ଅପରାଜିତାଙ୍କୁ ନୁହଁ ବୋଲି ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଏମ୍‌ପି ଅପରାଜିତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?