Posted inଜାତୀୟ

ସୀମା ଅତିକ୍ରମ କରିବାରେ କୁଣ୍ଠାବୋଧ କରିବୁ ନାହିଁ: ରାଜନାଥ

ଗୁଆହାଟୀ,୨୪।୪: ସୀମା ଆରପଟୁ ଭାରତକୁ ଟାର୍ଗେଟ କରୁଥିବା ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁଣ୍ଠାବୋଧ କରିବୁ ନାହିଁ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର କହିଛନ୍ତି। ଗୁଆହାଟୀଠାରେ ୧୯୭୧ ଭାରତ-ପାକ୍‌ ଯୁଦ୍ଧର ସୈନ୍ୟମାନଙ୍କୁ ସମ୍ବର୍ଦ୍ଧିତ କରିବା ଅବସରରେ ଉଦ୍‌ବୋଧନ ଦେଇ ରାଜନାଥ କହିଥିଲେ, ସରକାର ଦେଶରୁ ଆତଙ୍କବାଦର ମୂଳପୋଛ ପାଇଁ କାର୍ଯ୍ୟ କରୁଛନ୍ତି। ଭାରତ ଉପରେ ଆକ୍ରମଣ ପାଇଁ ଚିନ୍ତା କରୁଥିବା ସୀମାପାର ଆତଙ୍କବାଦୀଙ୍କୁ କଡ଼ା ଚେତାବନୀ ଦେଇ ସେ କହିଛନ୍ତି, କାର୍ଯ୍ୟାନୁଷ୍ଠାନ ପାଇଁ ଭାରତ ସୀମା ଅତିକ୍ରମ କରିବାରେ କୁଣ୍ଠାବୋଧ କରିବ ନାହିଁ। ପୂର୍ବରୁ ମଧ୍ୟ ଏଭଳି କାର୍ଯ୍ୟାନୁଷ୍ଠାନ ନେଇ ଆମେ ଆତଙ୍କବାଦୀଙ୍କୁ କଡ଼ା ବାର୍ତ୍ତା ଦେଇଛୁ। ପଡୋଶୀ ବାଂଲାଦେଶ ସହ ଉତ୍ତମ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଥିବାରୁ ପୂର୍ବ ସୀମା ଶାନ୍ତ ଓ ସ୍ଥିର ରହିଛି। ସେହିପରି ପଶ୍ଚିମ ସୀମାରେ ମଧ୍ୟ ଏବେ ଉତ୍ତେଜନା ନାହିଁ। ଅନୁପ୍ରବେଶ ସମସ୍ୟା ଏକପ୍ରକାର ଶେଷ ହୋଇଛି। ନିକଟରେ ଉତ୍ତରପୂର୍ବାଞ୍ଚଳର ବିଭିନ୍ନ ଭାଗରୁ ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍‌ଏସ୍‌ପିଏ) ପ୍ରତ୍ୟାହାର ହୋଇଥିବାବେଳେ ସେଭଳି ସ୍ଥିତିି ଆସିଲେ ଜମ୍ମୁ-କଶ୍ମୀରରୁ ତାହା ଉଚ୍ଛେଦ ହେବ ବୋଲି ରାଜନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri