ରକ୍ତ ଦେବୁ ପଛେ ଭିଟା ମାଟି ଛାଡ଼ିବୁ ନାହିଁ: ଗର୍ଜିଲେ ଗ୍ରାମବାସୀ

ପାଟଣା ,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଜିନ୍ଦଲ ପ୍ରତିରୋଧ ମଞ୍ଚର ସୋମବାର ଏକ ଜରୁରୀ ବୈଠକ ଯମୁନା ପଶି ହାଟ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଗଠନର ସଭାପତି ଘନ ଶ୍ୟାମ ମହାନ୍ତ ଅଧ୍ୟକ୍ଷତା କରିଥିଲେ। ଏଥିରେ ସଂପାଦକ ବେଣୁଧର ସର୍ଦ୍ଦାର, ଉପସଭାପତି ସରୋଜ କୁମାର ସିଂଙ୍କ ନେତୃତ୍ୱରେ ଏକ ହଜାରରୁ ଊଦ୍ଧର୍‌ବ ପ୍ରଭାବିତ ଲୋକ ସାମିଲ ହୋଇ ମେଳି କରିଥିଲେ। ଏଥିରେ ୨୦୦୬ରେ ତତ୍କାଳୀନ ଆର୍ସେଲର ମିତ୍ତଲକୁ ଦୋଫୋସଲି ମୂଲ୍ୟବାନ ଚାଷ ଜମିରେ ଶିଳ୍ପ ପ୍ରତିଷ୍ଠାକୁ ବିରୋଧ କରିବାରୁ ସେ ସମୟରେ ଉକ୍ତ କମ୍ପାନୀ ଓଡ଼ିଶା ଛାଡିଥିଲେ ମଧ୍ୟ ବର୍ତ୍ତମାନର ଓଡ଼ିଶାର ମୋହନ ମାଝୀଙ୍କ ସରକାର ଉକ୍ତ ଦୋ ଫସଲି ଚାଷ ଜମିରେ ଇସ୍ପାତ କାରଖାନା କରିବାକୁ ଉଦ୍ୟମ ଆରମ୍ଭ କରିବାକୁ ସର୍ବସମ୍ମତିରେ ନିନ୍ଦା କରାଯାଇଛି। ଉପସ୍ଥିତ ଚେମେଣା , ଯମୁନା ପୋଷି, ମୁରୁସୁଁଆ ଓ ରାଜଗର ପଂଚାୟତର ଲୋକମାନେ କୌଣସି ପରିସ୍ଥିତିରେ ଜେଏସଡବ୍ଲୁ ଓ ପୋସ୍କୋ କମ୍ପାନୀକୁ ଜମି ଦିଆଯିବ ନାହିଁବୋଲି ଦୃଢକ୍ତି ପ୍ରକାଶ କରିଥିଲେ। ଏହାକୁ ବୈଠକ ରେ ସର୍ବ ସମ୍ମତି କ୍ରମେ ଗୃହୀତ ହୋଇ ଥିଲା । ରକ୍ତ ଦେବୁ ପଛେ ଭିଟା ମାଟି ଛାଡ଼ିବୁନାହିଁ ବୋଲି ପ୍ରଭାବିତ ଲୋକ ମାନେ ସ୍ଲୋଗାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?