Posted inଜାତୀୟ

ରାଜ୍ୟ ମାନ୍ୟତା ଦାବିରେ ଆକ୍ରମଣକୁ ସୁଯୋଗ ଭାବେ ନେବୁନାହିଁ: ଓମାର

ଜମ୍ମୁ,୨୯ା୪(ପି.ଟି.): ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ଦାବିରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣକୁ ସୁଯୋଗ ଭାବେ ନେବୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସୋମବାର କହିଛନ୍ତି। ଜମ୍ମୁ-କଶ୍ମୀରର ସୁରକ୍ଷା କେନ୍ଦ୍ରଶାସିତ ଅଞ୍ଚଳର ନିର୍ବାଚିତ ସରକାରଙ୍କ ଦାୟିତ୍ୱ ନୁହେଁ। କିନ୍ତୁ ରାଜ୍ୟ ମାନ୍ୟତା ଫେରିପାଇବା ପାଇଁ ଆମେ ଏହାକୁ ସୁଯୋଗ ଭାବେ ବ୍ୟବହାର କରିବୁ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଜ୍ୟ ମାନ୍ୟତା ପାଇଁ ମୁଁ କିପରି ଦାବି କରିବି? ମୁଁ ଶସ୍ତା ରାଜନୀତିରେ ବିଶ୍ୱାସ କରେନାହିଁ ବୋଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ ଓମାର କହିଛନ୍ତି। ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ଉପରେ ବିଧାନସଭାରେ ଅଣାଯାଇଥିବା ସଂକଳ୍ପନାମା ଆଲୋଚନା ଶେଷରେ ଓମାର ଏହା କହିଥିଲେ। ଆକ୍ରମଣରେ ୨୬ ଜଣ ନିରୀହ ଲୋକଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରସ୍ତାବରେ ଉଦ୍‌ବେଗ ପ୍ରକାଶ କରାଯିବା ସହ ଶାନ୍ତି ଓ ସାମ୍ପ୍ରଦାୟିକ ସଦ୍‌ଭାବରେ ବ୍ୟାଘାତ ସୃଷ୍ଟି କରୁଥିବା ଅପରାଧୀଙ୍କ ବିରୋଧରେ ଲଢ଼େଇ ଜାରି ରଖିବାକୁ ସଂକଳ୍ପ ନିଆଯାଇଛି।
ଓମାର କହିଥିଲେ, ଜମ୍ମୁ-କଶ୍ମୀରରୁ ଆତଙ୍କବାଦର ବିଲୋପ ନିମନ୍ତେ ଗୃହର କେତେଜଣ ସଦସ୍ୟ ରାଜ୍ୟମାନ୍ୟତା ଫେରିପାଇବା ଦାବି କରୁଛନ୍ତି। ଆମେ ଅତୀତରେ କେନ୍ଦ୍ର ସରକାରଙ୍କ ସହ ଏନେଇ କଥା ହୋଇଛୁ ଏବଂ ଭବିଷ୍ୟତରେ ମଧ୍ୟ ଆଲୋଚନା ଜାରି ରହିବ, କିନ୍ତୁ ବର୍ତ୍ତମାନ ନୁହେଁ। ଆତଙ୍କବାଦୀ ଆକ୍ରମଣକୁ ନେଇ କେତେକ ସୋସିଆଲ ମିଡିଆ ପରିଚାଳକ ମିଥ୍ୟା ଖବର ପ୍ରକାଶ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri